ସହରରେ ବଢୁଛି ଅପରାଧିକ କାର୍ଯ୍ୟକଳାପ

ବଲାଙ୍ଗୀର ଅଫିସ,୨ା୨: ବଲାଙ୍ଗୀର ସହରରେ ଗତ କିଛିଦିନ ହେଲା ବିଭିନ୍ନ ସ୍ଥାନରେ ଅପରାଧୀଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଥିବା ବେଳେ ପୋଲିସ ଚୁପ୍‌ ବସି ରହିଛି। ସହରରେ ଏବେ ପ୍ରତିଦିନ ଚୋରି,ଡକାୟତି,ରାହାଜାନୀ ମରଣାନ୍ତକ ଆକ୍ରମଣର ଶିକାର ହେଉଛନ୍ତି ସାଧାରଣ ଲୋକେ। ଏହି ସବୁ ଅପରାଧିକ କାର୍ଯ୍ୟକଳାପରେ ରୋକ ଲଗାଇବା ପାଇଁ ଗୁରୁବାର ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁଙ୍କ ନେତୃତ୍ୱରେ ବଲାଙ୍ଗୀର ପୌରପରିଷଦର ସମସ୍ତ କାଉନସିଲର ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ନୀତିନ କୁଶଲକରଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ କଠୋରରୁ କଠୋର ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି। ଏହି ସାକ୍ଷାତକାର ପରିପ୍ରେକ୍ଷୀରେ ପୌରାଧ୍ୟକ୍ଷା ଲିକା ସାହୁ ବଲାଙ୍ଗୀର ସହରର ସମସ୍ତ ଓ୍ବାର୍ଡରେ ପୋଲିସ ପାଟ୍ରୋଲିଂରୁ ଅଧିକରୁ ଅଧିକ ଶକ୍ତ କରି କଡ଼ାକଡ଼ି କରିବା ଏବଂ ବିଭିନ୍ନ ସ୍ଥାନରେ ବେଆଇନ ନିଶା କାରବାରକୁ ବନ୍ଦ କରିବାକୁ ଅନୁରୋଧ କରିଥିଲେ। ଏହି ସାକ୍ଷାତକାର ସମୟରେ ପୌରାଧ୍ୟକ୍ଷାଙ୍କ ସହିତ ପୌର ଉପାଧ୍ୟକ୍ଷା ଗାୟତ୍ରୀ ଭୋଇ ଓ କାଉନସିଲରମାନେ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri