Posted inଜାତୀୟ

୨୧ ପ୍ରତିଶତ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା, ୫୩ ପ୍ରତିଶତ କୋଟିପତି…

ଇମ୍ଫାଲ୍‌,୧୯।୨ : ମଣିପୁରରେ ଫେବୃୟାରୀ ୨୮ ଏବଂ ମାର୍ଚ୍ଚ ୫ରେ ଦୁଇଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୨୧ ପ୍ରତିଶତରୁ ଅଧିକ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୫୩ ପ୍ରତିଶତ ପ୍ରାର୍ଥୀ କୋଟିପତି ବୋଲି ନାମାଙ୍କନ ସମୟରେ ଦାଖଲ କରାଯାଇଥିବା ସତ୍ୟପାଠରୁ ଜଣାପଡ଼ିଛି।

ମଣିପୁର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୭୩ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୨୧ ପ୍ରତିଶତରୁ ଅଧିକଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେଥିମଧ୍ୟରୁ ୧୬ ପ୍ରତିଶତଙ୍କ ବିରୋଧରେ ଗୁରୁତର ଆପରାଧିକ ମାମଲା ଅଛି। ଆସୋସିଏଶନ ଫର ଡେମୋକ୍ରାଟିକ ରିଫର୍ମସ (ଏଡିଆର୍‌)ର ଏକ ରିପୋର୍ଟରେ ଏହି ସୂଚନା ପ୍ରଦାନ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ ୨୪ ଜଣ ପ୍ରାର୍ଥୀ ଅର୍ଥାତ୍‌ ୧୪ ପ୍ରତିଶତଙ୍କ ସମ୍ପତ୍ତି ପରିମାଣ ୫ କୋଟି କିମ୍ବା ଏହାଠାରୁ ଅଧିକ ରହିଛି।

ଏଡିଆର୍‌ ବିଶ୍ଳେଷଣ ଅନୁଯାୟୀ, ପ୍ରମୁଖ ଦଳ ମଧ୍ୟରେ ୩୮ ଜଣ ଭାଜପା ପ୍ରାର୍ଥୀଙ୍କ ମଧ୍ୟରୁ ୧୦ (୨୬ ପ୍ରତିଶତ)ଜଣଙ୍କ ବତରୋଧରେ ଗୁରୁତର ଅପରାଧିକ ମାମଲା ରହିଛି। ସେହପରି ଜେଡି (ୟୁ)ର ୨୮ ପ୍ରାର୍ଥୀଙ୍କ ମଧ୍ୟରୁ ପାଞ୍ଚଜଣ (୧୮ପ୍ରତିଶତ), କଂଗ୍ରେସର ୩୫ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୪(୧୧ ପ୍ରତିଶତ) ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ୨୭ ଜଣ ଏନ୍‌ପିପି ପ୍ରାର୍ଥୀଙ୍କ ମଧ୍ୟରୁ ଦୁଇଜଣ (୭ ପ୍ରତିଶତ) ନିଜ ସତ୍ୟପାଠରେ ଏ ସମ୍ପର୍କରେ ସୂଚିତ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୭୩ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୯୧ ଜଣ (୫୩ ପ୍ରତିଶତ) କୋଟିପତି ଅଛନ୍ତି।

ପ୍ରମୁଖ ଦଳଗୁଡିକ ମଧ୍ୟରେ, ଏନ୍‌ପିପିର ୨୭ ପ୍ରାର୍ଥୀଙ୍କ ମଧ୍ୟରୁ ୨୧ ଜଣ (୭୮ ପ୍ରତିଶତ), ଭାଜପାର ୩୮ ପ୍ରାର୍ଥୀଙ୍କ ମଧ୍ୟରୁ ୨୭ ଜଣ (୭୧ ପ୍ରତିଶତ), କଂଗ୍ରେସର ୩୫ ପ୍ରାର୍ଥୀଙ୍କ ମଧ୍ୟରୁ ୧୮ ଜଣ (୫୧ ପ୍ରତିଶତ) ଏବଂ ଜେଡି(ୟୁ)ର ୨୮ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୪ ଜଣ (୫୦ ପ୍ରତିଶତ)ଙ୍କ ପାଖରେ ୧ କୋଟିରୁ ଅଧିକ ସମ୍ପତ୍ତି ରହିଛି। ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରତି ପ୍ରାର୍ଥୀଙ୍କ ହାରାହାରି ସମ୍ପତ୍ତି ୨.୫୧ କୋଟି ଟଙ୍କା। ସେକମାଇ (ଏସସି) ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ନିଙ୍ଗଥୁଜାମ ପପିଲାଲ ସିଂ ତାଙ୍କ ଆଫିଡେଭିଟରେ ଶୂନ ସମ୍ପତ୍ତି ଘୋଷଣା କରିଛନ୍ତି।

ଏଡ଼ିଆର ରିପୋର୍ଟରେ କୁହାଯାଇଛି ଯେ ୩୭ (୨୧ ପ୍ରତିଶତ) ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା ପଞ୍ଚମରୁ ଦ୍ୱାଦଶ ମଧ୍ୟରେ ରହିଛି। ୧୩୩ ଜଣ (୭୭ ପ୍ରତିଶତ) ପ୍ରାର୍ଥୀ ସ୍ନାତକୋତ୍ତର କିମ୍ବା ତା’ଠାରୁ ଅଧିକ ଡିଗ୍ରୀ ହାସଲ କରିଥିବା ଘୋଷଣା କରିଛନ୍ତି। ତିନିଜଣ ପ୍ରାର୍ଥୀ ଡିପ୍ଲୋମା-ଡିଗ୍ରୀଧାରୀ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri