Posted inଜାତୀୟ

୨୧ ପ୍ରତିଶତ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା, ୫୩ ପ୍ରତିଶତ କୋଟିପତି…

ଇମ୍ଫାଲ୍‌,୧୯।୨ : ମଣିପୁରରେ ଫେବୃୟାରୀ ୨୮ ଏବଂ ମାର୍ଚ୍ଚ ୫ରେ ଦୁଇଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୨୧ ପ୍ରତିଶତରୁ ଅଧିକ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୫୩ ପ୍ରତିଶତ ପ୍ରାର୍ଥୀ କୋଟିପତି ବୋଲି ନାମାଙ୍କନ ସମୟରେ ଦାଖଲ କରାଯାଇଥିବା ସତ୍ୟପାଠରୁ ଜଣାପଡ଼ିଛି।

ମଣିପୁର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୭୩ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୨୧ ପ୍ରତିଶତରୁ ଅଧିକଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେଥିମଧ୍ୟରୁ ୧୬ ପ୍ରତିଶତଙ୍କ ବିରୋଧରେ ଗୁରୁତର ଆପରାଧିକ ମାମଲା ଅଛି। ଆସୋସିଏଶନ ଫର ଡେମୋକ୍ରାଟିକ ରିଫର୍ମସ (ଏଡିଆର୍‌)ର ଏକ ରିପୋର୍ଟରେ ଏହି ସୂଚନା ପ୍ରଦାନ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ ୨୪ ଜଣ ପ୍ରାର୍ଥୀ ଅର୍ଥାତ୍‌ ୧୪ ପ୍ରତିଶତଙ୍କ ସମ୍ପତ୍ତି ପରିମାଣ ୫ କୋଟି କିମ୍ବା ଏହାଠାରୁ ଅଧିକ ରହିଛି।

ଏଡିଆର୍‌ ବିଶ୍ଳେଷଣ ଅନୁଯାୟୀ, ପ୍ରମୁଖ ଦଳ ମଧ୍ୟରେ ୩୮ ଜଣ ଭାଜପା ପ୍ରାର୍ଥୀଙ୍କ ମଧ୍ୟରୁ ୧୦ (୨୬ ପ୍ରତିଶତ)ଜଣଙ୍କ ବତରୋଧରେ ଗୁରୁତର ଅପରାଧିକ ମାମଲା ରହିଛି। ସେହପରି ଜେଡି (ୟୁ)ର ୨୮ ପ୍ରାର୍ଥୀଙ୍କ ମଧ୍ୟରୁ ପାଞ୍ଚଜଣ (୧୮ପ୍ରତିଶତ), କଂଗ୍ରେସର ୩୫ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୪(୧୧ ପ୍ରତିଶତ) ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ୨୭ ଜଣ ଏନ୍‌ପିପି ପ୍ରାର୍ଥୀଙ୍କ ମଧ୍ୟରୁ ଦୁଇଜଣ (୭ ପ୍ରତିଶତ) ନିଜ ସତ୍ୟପାଠରେ ଏ ସମ୍ପର୍କରେ ସୂଚିତ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୭୩ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୯୧ ଜଣ (୫୩ ପ୍ରତିଶତ) କୋଟିପତି ଅଛନ୍ତି।

ପ୍ରମୁଖ ଦଳଗୁଡିକ ମଧ୍ୟରେ, ଏନ୍‌ପିପିର ୨୭ ପ୍ରାର୍ଥୀଙ୍କ ମଧ୍ୟରୁ ୨୧ ଜଣ (୭୮ ପ୍ରତିଶତ), ଭାଜପାର ୩୮ ପ୍ରାର୍ଥୀଙ୍କ ମଧ୍ୟରୁ ୨୭ ଜଣ (୭୧ ପ୍ରତିଶତ), କଂଗ୍ରେସର ୩୫ ପ୍ରାର୍ଥୀଙ୍କ ମଧ୍ୟରୁ ୧୮ ଜଣ (୫୧ ପ୍ରତିଶତ) ଏବଂ ଜେଡି(ୟୁ)ର ୨୮ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୪ ଜଣ (୫୦ ପ୍ରତିଶତ)ଙ୍କ ପାଖରେ ୧ କୋଟିରୁ ଅଧିକ ସମ୍ପତ୍ତି ରହିଛି। ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରତି ପ୍ରାର୍ଥୀଙ୍କ ହାରାହାରି ସମ୍ପତ୍ତି ୨.୫୧ କୋଟି ଟଙ୍କା। ସେକମାଇ (ଏସସି) ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ନିଙ୍ଗଥୁଜାମ ପପିଲାଲ ସିଂ ତାଙ୍କ ଆଫିଡେଭିଟରେ ଶୂନ ସମ୍ପତ୍ତି ଘୋଷଣା କରିଛନ୍ତି।

ଏଡ଼ିଆର ରିପୋର୍ଟରେ କୁହାଯାଇଛି ଯେ ୩୭ (୨୧ ପ୍ରତିଶତ) ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା ପଞ୍ଚମରୁ ଦ୍ୱାଦଶ ମଧ୍ୟରେ ରହିଛି। ୧୩୩ ଜଣ (୭୭ ପ୍ରତିଶତ) ପ୍ରାର୍ଥୀ ସ୍ନାତକୋତ୍ତର କିମ୍ବା ତା’ଠାରୁ ଅଧିକ ଡିଗ୍ରୀ ହାସଲ କରିଥିବା ଘୋଷଣା କରିଛନ୍ତି। ତିନିଜଣ ପ୍ରାର୍ଥୀ ଡିପ୍ଲୋମା-ଡିଗ୍ରୀଧାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri