Posted inଜାତୀୟ

୩୧% ପ୍ରାର୍ଥୀଙ୍କ ନଁ।ରେ ଆପରାଧିକ ମାମଲା

ନୂଆଦିଲ୍ଲୀ, ୨୧ା୧୦: ବିହାର ବିଧାନସଭା ନିର୍ବାଚନ ଲାଗି ୨୮ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ପ୍ରାର୍ଥୀ ହୋଇଥିବା ୧,୦୬୪ ଜଣଙ୍କ ମଧ୍ୟରୁ ୩୧% (୩୨୮)ଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବା ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମ (ଏଡିଆର୍‌) ରିପୋର୍ଟରେ ଦର୍ଶାଯାଇଛି। ଏମାନଙ୍କ ମଧ୍ୟରୁ ୨୩% (୨୨୪) ପ୍ରାର୍ଥୀଙ୍କ ବିରୋଧରେ ସଙ୍ଗିନ ମାମଲା ରହିଛି, ଯେଉଁଥିରେ ୫ ବର୍ଷ ଜେଲ ସହ ଜାମିନ ମିଳି ନ ଥାଏ। ସେହିପରି ୩୫% ଅର୍ଥାତ୍‌ ୩୭୫ ଜଣ ପ୍ରାର୍ଥୀ କୋଟିପତି ଥିବାବେଳେ ୫ ଜଣଙ୍କ ପାଖରେ କୌଣସି ସମ୍ପତ୍ତି ନ ଥିବା ଦର୍ଶାଯାଇଛି।
ଆର୍‌ଜେଡିର ୪୧ ପ୍ରାର୍ଥୀଙ୍କ ମଧ୍ୟରୁ ୩୦ (୭୩%) ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବାବେଳେ ୨୨ (୫୪%)ଙ୍କ ବିରୋଧରେ ସଙ୍ଗିନ ମାମଲା ରହିଥିବା ସତ୍ୟପାଠରେ ଦର୍ଶାଯାଇଛି। ସେହିଭଳି ଭାଜପାର ୨୯ ପ୍ରାର୍ଥୀଙ୍କ ମଧ୍ୟରୁ ୨୧ (୭୨%) ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବାବେଳେ ୧୩ (୪୫%) ଜଣଙ୍କ ବିରୋଧରେ ସଙ୍ଗିନ ଆପରାଧିକ ମାମଲା ଅଛି। ଏଲ୍‌ଜେପିର ୪୧ ପ୍ରାର୍ଥୀଙ୍କ ମଧ୍ୟରୁ ୨୪ (୫୯%)ଙ୍କ ବିରୋଧରେ ଆପରାଧିକ ମାମଲା ଓ ୨୦ (୪୯%) ପ୍ରାର୍ଥୀଙ୍କ ବିରୋଧରେ ସଙ୍ଗିନ ଆପରାଧିକ ମାମଲା ରହିଛି। କଂଗ୍ରେସର ୨୧ ପ୍ରାର୍ଥୀଙ୍କ ମଧ୍ୟରୁ ୧୨ (୫୭%) ଜଣ, ଜେଡିୟୁର ୩୫ ପ୍ରାର୍ଥୀଙ୍କ ମଧ୍ୟରୁ ୧୫ (୪୩%) ଜଣ ବିଏସ୍‌ପିର ୨୬ ପ୍ରାର୍ଥୀଙ୍କ ମଧ୍ୟରୁ ୫ (୧୯%) ଜଣ ପ୍ରାର୍ଥୀଙ୍କ ବିିରୋଧରେ ସଙ୍ଗିନ ଆପରାଧିକ ମାମଲା ରହିଛି। ୨୯ ପ୍ରାର୍ଥୀଙ୍କ ବିରୋଧରେ ମହିଳା ବିରୋଧୀ ହିଂସା ମାମଲା, ୩ ଜଣଙ୍କ ବିରୋଧରେ ବଳାତ୍କାର ମାମଲା ରହିଛି। ଏଥିସହ ୨୧ ଜଣଙ୍କ ବିରୋଧରେ ହତ୍ୟା ମାମଲା ଓ ୬୨ ପ୍ରାର୍ଥୀଙ୍କ ବିରୋଧରେ ହତ୍ୟା ଉଦ୍ୟମ ମାମଲା ରହିଥିବା ଦର୍ଶାଯାଇଛି। ମୋଟ ୧,୦୬୪ ପ୍ରାର୍ଥୀଙ୍କ ମଧ୍ୟରେ ୩୭୫ (୩୫%) କୋଟିପତି ଥିବାବେଳେ ଆର୍‌ଜେଡିରୁ ୩୯, ଜେଡିୟୁରୁ ୩୧, ଭାଜପାରୁ ୨୪, ଏଲ୍‌ଜେପିରୁ ୩୦, କଂଗ୍ରେସରୁ ୧୪ ଓ ବିଏସ୍‌ପିରୁ ୧୨ କୋଟିପତି ଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri