Posted inଜାତୀୟ

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା ସୁପ୍ରିମକୋର୍ଟରେ ଦାଖଲ ରାଜନୀତିରେ ଅପରାଧୀକରଣ ରିପୋର୍ଟରୁ ଜଣାପଡ଼ିଛି। ବରିଷ୍ଠ ଆଇନଜୀବୀ ବିଜୟ ହଂସରିଆ ଅଦାଲତରେ ଉକ୍ତ ସତ୍ୟପାଠ ଦାଖଲ କରିଛନ୍ତି। ଏମ୍‌ପି ଏବଂ ବିଧାୟକମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାଗୁଡ଼ିକର ଶୀଘ୍ର ଫଇସଲା ନିମନ୍ତେ ନିବେଦନ କରି ସର୍ବୋଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିବାବେଳେ ଏଥିରେ ସହାୟତା ପାଇଁ ହଂସରିଆଙ୍କୁ ଆମିକସ୍‌ କ୍ୟୁରି ନିଯୁକ୍ତ କରାଯାଇଥିଲା। ଦେଶର ମୋଟ ଏମ୍‌ପି ଏବଂ ବିଧାୟକଙ୍କ ବିରୋଧରେ ୪,୦୦୦ରୁ ଊର୍ଦ୍ଧ୍ୱ ଆପରାଧିକ ମାମଲା ରହିଥିବା ସେ ଦର୍ଶାଇଛନ୍ତି। ୨୮ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରୁ ୧୪ ଜଣଙ୍କ ବିରୋଧରେ ଆପରାଧିକ ମାମଲା ଥିବାବେଳେ ଜଣଙ୍କ ବିରୋଧରେ ଗମ୍ଭୀର ଆପରାଧିକ ମାମଲା ରହିଥିବା ସତ୍ୟପାଠରେ ଦର୍ଶାଯାଇଛି।
ତଥ୍ୟ ଅନୁଯାୟୀ, ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବିରୋଧରେ ୮୯ଟି ମାମଲା ଥିବାବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ୨୯ ଏବଂ କର୍ନାଟକ ମୁଖ୍ୟମନ୍ତ୍ରୀ ଡି. ଶିବକୁମାରଙ୍କ ବିରୋଧରେ ୧୯ ମାମଲା ରହିଛି। ମାମଲାଗୁଡ଼ିକର ବିଚାରକୁ ତ୍ୱରାନ୍ବିତ କରିବା ଲାଗି ସର୍ବୋଚ୍ଚ ଅଦାଲତ ଏବଂ ହାଇକୋର୍ଟଗୁଡ଼ିକର ଅନୁଧ୍ୟାନ ସତ୍ତ୍ୱେ ୨୦୧୮ରୁ ଏମ୍‌ପି ଏବଂ ବିଧାୟକମାନଙ୍କ ବିରୋଧରେ ବିଚାରାଧୀନ ଆପରାଧିକ ମାମଲା ପ୍ରାୟ ସମାନ ରହିଛି। ୨୦୨୫ରେ ମୋଟ ୧,୨୪୩ଟି ଆପରାଧିକ ମାମଲାର ଫଇସଲା ହୋଇଥିବାବେଳେ ସେହିବର୍ଷ ୧,୦୫୦ଟି ନୂଆ ମାମଲା ରୁଜୁ ହୋଇଥିଲା। ପୂର୍ବତନ ଓ ବର୍ତ୍ତମାନର ଏମ୍‌ପି ଏବଂ ବିଧାୟକଙ୍କ ବିରୋଧରେ ମୋଟ ୪,୧୯୨ ମାମଲା ରହିଥିବା ଆମିକସ୍‌ କ୍ୟୁରି ଅଦାଲତଙ୍କୁ କହିଛନ୍ତି। ରିପୋର୍ଟ ଅନୁଯାୟୀ ଲୋକ ସଭାର ୨୫୧ ସଦସ୍ୟଙ୍କ ବିରୋଧରେ ଆପରାଧିକ ମାମଲା ଥିବାବେଳେ ସେଥିରୁ ୧୭୦ଟି ଗମ୍ଭୀର ମାମଲା ଯେଉଁଥିରେ ୫ ବର୍ଷ କିମ୍ବା ଅଧିକ ଜେଲଦଣ୍ଡ ବ୍ୟବସ୍ଥା ରହିଚି। ସେହିପରି ରାଜ୍ୟ ସଭାର ୭୫ ସଦସ୍ୟଙ୍କ ବିରୋଧରେ ଆପରାଧିକ ମାମଲା ଥିବାବେଳେ ସେଥିରୁ ୪୦ଟି ଗମ୍ଭୀର ମାମଲା ବୋଲି ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌)ରେ ପ୍ରକାଶିତ ରିପୋର୍ଟକୁ ଦର୍ଶାଇ ସତ୍ୟପାଠରେ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?