୪୮ ପ୍ରାର୍ଥୀଙ୍କ ନାମରେ ଜଘନ୍ୟ ଆପରାଧିକ ମାମଲା

ଭୁବନେଶ୍ୱର,୭ା୫(ଅନିଲଦାସ):ରାଜ୍ୟରେ ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ମୋଟ ୨୪୩ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଆପରାଧିକ ମାମଲା ରହିଥିବା ବେଳେ ୪୮ଜଣଙ୍କ ନାଁରେ ଜଘନ୍ୟ ଅପରାଧ ରହିଛି। ସୋମବାର ଆସୋସିଏଶନ ଫର୍‌ ଡେମୋକ୍ରାଟିକ ରିଫର୍ମସ(ଏଡିଆର୍‌) ଏବଂ ଓଡ଼ିଶା ଇଲେକ୍‌ଶନ ୱାଚ୍‌ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହି ତଥ୍ୟ ଦିଆଯାଇଛି। ପ୍ରାର୍ଥୀଙ୍କ ସତ୍ୟପାଠରୁ ତଥ୍ୟ ସଂଗ୍ରହ କରି ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଥିବା ସୂଚନା ଦିଆଯାଇଛି।
ଉକ୍ତ ରିପୋର୍ଟ ଅନୁସାରେ, ଭାଜପାର ୧୮ ଜଣ ବିଧାନସଭା ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା ଥିବାବେଳେ କଂଗ୍ରେସ ୧୭, ବିଜେଡି ୯ ଏବଂ ଆମ୍‌ ଆଦ୍‌ମୀ ପାର୍ଟିର ୩ଜଣ ପ୍ରାର୍ଥୀଙ୍କ ନାମରେ ମାମଲା ରହିଛି। ସେହିପରି ଭାଜପାର ୧୫, କଂଗ୍ରେସ ୧୦, ବିଜେଡି ୪ ଏବଂ ଆମ୍‌ ଆଦ୍‌ମୀ ପାର୍ଟିର ୩ ଜଣ ପ୍ରାର୍ଥୀଙ୍କ ନାମରେ ଗୁରୁତର ଆପରାଧିକ ମାମଲା ରହିଛି। ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୭୦ ଜଣ ପ୍ରାର୍ଥୀ କୋଟିପତି । ସେମାନଙ୍କ ମଧ୍ୟରେ ବିଜେଡିରୁ ୨୫ଜଣ, ଭାଜପା ୧୪, କଂଗ୍ରେସ ୧୪ ଓ ଆମ୍‌ ଆଦ୍‌ମୀ ପାର୍ଟିରୁ ୨ ଜଣ ପ୍ରାର୍ଥୀଙ୍କର ସମ୍ପତ୍ତି ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେବ। ଦିଗପହଣ୍ଡିର ବିଜେଡି ବିଧାୟକ ପ୍ରାର୍ଥୀ ବିପ୍ଳବ ପାତ୍ର ସବୁଠୁ ଧନୀ ପ୍ରାର୍ଥୀ । ତାଙ୍କର ମୋଟ ସମ୍ପତ୍ତି ହେଲା ୩୩ କୋଟି ୩୬ ଲକ୍ଷରୁ ଅଧିକ। ସେହିପରି ଗୋପାଳପୁର ବିଜେଡି ବିଧାୟକ ପ୍ରାର୍ଥୀ ବିକ୍ରମ ପଣ୍ଡାଙ୍କର ମୋଟ ସମ୍ପତ୍ତି ମୂଲ୍ୟ ୧୫.୯୪ କୋଟି ଥିବା ସତ୍ୟପାଠରେ ଦର୍ଶାଇଛନ୍ତି।
ସତ୍ୟପାଠରେ ୨ ଜଣ ପ୍ରାର୍ଥୀ କହିଛନ୍ତି, ତାଙ୍କ ପାଖରେ କୌଣସି ସମ୍ପତ୍ତି ନାହିଁ। ସେମାନେ ହେଲେ ଭବାନୀପାଟଣାରୁ ସ୍ବାଧୀନ ପ୍ରାର୍ଥୀ ରମେଶ ମହାନନ୍ଦ ଏବଂ ରାୟଗଡାରୁ ବିଏସ୍‌ପିରୁ ନିର୍ବାଚନ ଲଢୁଥିବା ପୂର୍ଣ୍ଣଚନ୍ଦ୍ର ମାଝି। ଲକ୍ଷ୍ମୀପୁର ଆସନରୁ ରିପବ୍ଲିକାନ ପାର୍ଟିର ବିଧାୟକ ପ୍ରାର୍ଥୀ ରମେଶ ଜାନି କହିଛନ୍ତି, ତାଙ୍କ ପାଖରେ ମାତ୍ର ହଜାରେ ଟଙ୍କା ଅଛି । ସେହିପରି ସ୍ବାଧୀନ ପ୍ରାର୍ଥୀ ଶିବ ପ୍ରସାଦ ଶଗଡିଆଙ୍କ ପାଖରେ ୧୯୨୧ ଟଙ୍କା ଏବଂ ସ୍ବାଧୀନ ପ୍ରାର୍ଥୀ ଭୁବନ ଖୋରାଙ୍କ ପାଖରେ ୬ ହଜାର ଟଙ୍କା ଥିବା ସତ୍ୟପାଠରେ ଦର୍ଶାଇଛନ୍ତି।
ଶିକ୍ଷାଗତ ଯୋଗ୍ୟତାକୁ ଦେଖିଲେ ୪ ଜଣ ଆଦୌ ପାଠ ପଢ଼ି ନାହାନ୍ତି। ୧୩୨ ପ୍ରାର୍ଥୀ ୫ମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢିଥିବା ବେଳେ ୧୦୦ ଜଣ ଗ୍ରାଜୁଏଟ ଓ ଏହାଠାରୁ ଅଧିକ ଏବଂ ୭ ଜଣ ଡିପ୍ଲୋମାଧାରୀ ପ୍ରାର୍ଥୀ ରହିଛନ୍ତି। ସେହିପରି ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମଧରେ ୭୩ ଜଣଙ୍କର ବୟସ ୨୫ ରୁ ୪୦, ୧୪୪ ଜଣଙ୍କର ୪୦ରୁ ୬୦ ଏବଂ ୨୬ ଜଣଙ୍କର ବୟସ ୬୧ରୁ ୮୦ ବର୍ଷ ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri