ତୃତୀୟ ପର୍ଯ୍ୟାୟରେ ୪ ପ୍ରାର୍ଥୀଙ୍କ ନାମରେ ହତ୍ୟା, ଜଣଙ୍କ ନାମରେ ବଳାତ୍କାର ମାମଲା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୪୨ ବିଧାନସଭା ନିର୍ବାଚନମଣ୍ଡଳୀର ୩୮୩ ବିଧାୟକ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୦ଜଣ ଅର୍ଥାତ ୨୬%ଙ୍କ ନାମରେ ଅପରାଧିକ ମାମଲା ରହିଛି। ୮୬ଜଣଙ୍କ ନାମରେ ଗୁରୁତର ଅପରାଧ ମାମଲା ରହିଥିବା ବେଳେ ୪ ଜଣଙ୍କ ନାମରେ ହତ୍ୟା ମାମଲା ରହିଛି। ୨୬ ଜଣଙ୍କ ନାମରେ ହତ୍ୟା ଉଦ୍ୟମ ଓ ୨୮ ଜଣଙ୍କ ନାମରେ ମହିଳା ହିଂସା ମାମଲା ରହିଛି । ଏମିତି କି ଜଣେ ପ୍ରାର୍ଥୀଙ୍କ ନାମରେ ବଳାତ୍କାର ମାମଲା ବି ଅଛି ।

ଶିକ୍ଷାଗତ ଯୋଗ୍ୟତା ଦେଖିଲେ ଏଡିଆର୍‌ ଏବଂ ଓଡ଼ିଶା ଇଲେକ୍ସନ ଓ୍ବାଚ୍‌ ସତ୍ୟପାଠ ବିଶ୍ଳେଷଣ କରିଥିବା ମୋଟ ୩୮୧ପ୍ରାର୍ଥୀଙ୍କ ମଧ୍ୟରୁ ୨ଜଣ ଖଡ଼ି ବି ଛୁଇଁ ନାହାନ୍ତି । ୧୧ ଜଣ ପ୍ରାର୍ଥୀ ୫ମ ପାସ ହୋଇଥିବାବେଳେ ୮୬ ଜଣ ସ୍ନାତକ ଓ ୬ ଜଣ ଡକ୍ଟରେଟ କରିଛନ୍ତି ।

ଅନ୍ୟପକ୍ଷରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩ ପ୍ରତିଶତ ବିଧାୟକ ପ୍ରାର୍ଥୀ କୋଟିପତି ଥିବା ଜଣାଯାଇଛି । ଚମ୍ପୁଆ ବିଜେଡି ବିଧାୟକ ସବୁଠୁ ଧନୀ ବୋଲି ସୂଚନା ମିଳିଛି । ତାଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୨୨୭କୋଟି ୬୭ ଲକ୍ଷ । ତେବେ ବିଜେଡିରୁ ବହିଷ୍କୃତ ତଥା ଘଷିପୁରାରୁ ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଦ୍ୱିତୀୟ ବଡ଼ ଧନୀ ବୋଲି ଜଣାଯାଇଛି । ତାଙ୍କର ମୋଟ ସମ୍ପତ୍ତିର ପରିମାଣ ୧୨୨ କୋଟି ୮୬ ଲକ୍ଷ ବୋଲି ଜଣାଯାଇଛି । ସେହିପରି ନୟାଗଡ଼ ଭାଜପା ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ତୃତୀୟ ସର୍ବାଧିକ ଧନୀ ବିଧାୟକ ପ୍ରାର୍ଥୀ । ପ୍ରତ୍ୟୁଷା ରାଜେଶ୍ୱରୀଙ୍କ ମୋଟ ସମ୍ପତ୍ତିର ପରିମାଣ ୧୨୦ କୋଟି ୫୬ ଲକ୍ଷ ବୋଲି ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri