ଗୋଟାବାୟାଙ୍କ ନାଁରେ ଯୁଦ୍ଧ ଅପରାଧ ମାମଲା

ସିଙ୍ଗାପୁର,୨୫ା୭: ଦକ୍ଷିଣ ଆଫ୍ରିକାସ୍ଥିତ ଅଧିକାର ଭିତ୍ତିକ ଗୋଷ୍ଠୀ ସିଙ୍ଗାପୁରର ଆଟର୍ନିଂ ଜେନେରାଲଙ୍କ ନିକଟରେ ଅପରାଧିକ ଅଭିଯୋଗ ଦାଖଲ କରି ଯୁଦ୍ଧ ଅପରାଧ ଅଭିଯୋଗରେ ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କୁ ଗିରଫ କରିବାକୁ ଅନୁରୋଧ କରିଛନ୍ତି। ଅନ୍ତର୍ଜାତୀୟ ଟ୍ରୁଥ୍‌ ଆଣ୍ଡ୍‌ ଜଷ୍ଟିସ୍‌ ପ୍ରୋଜେକ୍ଟ (ଆଇଟିଜେପି)ର ଓକିଲମାନେ ୬୩ ପୃଷ୍ଠା ସମ୍ବଳିତ ଅଭିଯୋଗପତ୍ର ଦାଖଲ କରିଛନ୍ତି। ଏଥିରେ ସେମାନେ ଯୁକ୍ତି ବାଢ଼ିଛନ୍ତି ଯେ, ରାଜପାକ୍ସେ ୨୦୦୯ରେ ଗୃହଯୁଦ୍ଧ ସମୟରେ ଜେନେଭା ଚୁକ୍ତିନାମାକୁ ଗୁରୁତର ଉଲ୍ଲଂଘନ କରିଥିଲେ। ସେତେବେଳେ ସେ ପ୍ରତିରକ୍ଷା ସଚିବ ଥିଲେ। ଏହି ଅପରାଧ ସିଙ୍ଗାପୁରରେ ସାର୍ବଭୌମିକ ଅଧିକାର କ୍ଷେତ୍ରରେ ଘରୋଇ ଅଭିଯୋଗ ଅଧୀନରେ ଆସୁଛି।

ଗୋଟାବାୟା ଅନ୍ତର୍ଜାତୀୟ ଅପରାଧିକ ଆଇନ ଉଲ୍ଲଂଘନ କରିଛନ୍ତି। ଆଇନଗତ ଅଭିଯୋଗରେ ଦର୍ଶାଯାଇଛି ଯେ, ହତ୍ୟା, ନିର୍ଯାତନା, ଅମାନୁଷିକ ବ୍ୟବହାର, ବଳାତ୍କାର ତଥା ଅନ୍ୟାନ୍ୟ ଯୌନ ହିଂସା, ସ୍ବାଧୀନତାରୁ ବଞ୍ଚିତ, ଗୁରୁତର ଶାରୀରିକ ତଥା ମାନସିକ କ୍ଷତି ଏବଂ ଅନାହାର ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri