ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୪ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠିତ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ କରିବ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ମଧ୍ୟ ତଦନ୍ତ କରାଯିବ।

ସୂଚନାଯୋଗ୍ୟ ଗତ ୨୦ ତାରିଖ ସନ୍ଧ୍ୟାରେ ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ହୋଇଥିଲା। ବିଧାୟକଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହିତ ମାଡ ମରାଯାଇ ତାଙ୍କ ସୁନାଚେନ୍‌ ଛଡାଇ ନେଇଥିଲେ ବୋଲି ଅଭିଯୋଗ କରାଯାଇଛି। ବିଧାୟକଙ୍କୁ ବଞ୍ଚାଇବା ପାଇଁ ତାଙ୍କ ଅଙ୍ଗରକ୍ଷୀ (ପିଏସ୍‌ଓ) ଶକ୍ତିପ୍ରସାଦ ରାଉତ ଅଟକାଇବା ସମୟରେ ବିଜେଡିର ଅନେକ କର୍ମୀ ତାଙ୍କୁ ମଧ୍ୟ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ବିଜେଡି ପକ୍ଷରୁ ଯାଜପୁର ଟାଉନ ଥାନା ଘେରାଉ କରି ଧର୍ମଶାଳା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାପାଇଁ ଦାବି କରିଥିଲେ। ଅପରପକ୍ଷେ ଭାଜପା ପକ୍ଷରୁ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି) ଓ ତାଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କ ସମେତ ଆକ୍ରମଣ କରିଥିବା ବିଜେଡି କର୍ମୀଙ୍କୁ ଗିରଫ କରିବା ଦାବିରେ ଶତାଧିକ ଭାଜପା କର୍ମୀ ଯାଜପୁର ସଦର ଥାନାକୁ ଘେରାଉ କରିଥିଲେ।



Enter your email to get our daily news in your inbox.

All Right Reserved By Dharitri.Com

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri