ବାଲିଅନ୍ତା ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର, ୧୦।୫(ସୁନିତ୍‌ ମିଶ୍ର): ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଲୋକସେବା ଭବନରେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବାଲିଅନ୍ତାରେ ହୋଇଥିବା ଭିଡ଼ ହତ୍ୟା ଘଟଣାକୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନ ହୁଏ, ସେଥିପାଇଁ ପୋଲିସ ମହାନିର୍ଦ୍ଦେଶକ ସତର୍କ ଓ ସଜାଗ ରହିବା ପାଇଁ ତାଗିଦ କରିଛନ୍ତି। ରାଜ୍ୟରେ ଆଇନ ଶାସନ ପ୍ରତିଷ୍ଠା ଲାଗି ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ. ବି. ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଗୋଇନ୍ଦା ନିର୍ଦ୍ଦେଶକ ଆର୍‌.ପି. କୋଚ୍ଚେ, ଅତିରିକ୍ତ ମହାନିର୍ଦ୍ଦେଶ ଆଇନ ଶୃଙ୍ଖଳା ସଞ୍ଜୟ କୁମାର, ଏଡିଜି କ୍ରାଇମବ୍ରାଞ୍ଚ ବିନୟତୋଷ ମିଶ୍ର, ପୋଲିସ

କମିଶନର ଏସ୍‌. ଦେବଦତ୍ତ ସିଂ ଏବଂ ଡିସିପି ଜଗନମୋହନ ମୀନା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ବାଲିଅନ୍ତାରେ ଜିଆର୍‌ପି କନଷ୍ଟେବଲ ସୌମ୍ୟରଞ୍ଜନ ସ୍ବାଇଁ ଜଣେ ଝିଅକୁ ରାସ୍ତା ଉପରେ ଖରାପ ବ୍ୟବହାର କରିବା କଥାକୁ ନେଇ ସେଠାରେ ଉପସ୍ଥିତ ଲୋକମାନେ ଉତ୍ତ୍ୟକ୍ତ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ସ୍ଥାନୀୟ ଲୋକମାନେ ସୌମ୍ୟଙ୍କୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସମୟର ଅନେକ ଭିଡିଓ ସମ୍ପୂର୍ଣ୍ଣ ଦେଶ ଭିତରେ ଓ ବାହାରେ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି; ଯାହାକୁ ନେଇ ଓଡ଼ିଶାକୁ ସବୁଆଡୁ ନିନ୍ଦା କରାଯାଉଛି। ଘଟଣା ଦିନ ମୁଖ୍ୟମନ୍ତ୍ରୀ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶନିବାର ୨ ଦିନିଆ ପଶ୍ଚିମବଙ୍ଗ ଗସ୍ତ ଶେଷକରି ଫେରିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ବୈଠକ ଡକାଇ ଏ ପ୍ରକାର ଘଟଣାର ପୁନରାବୃତ୍ତି ରୋକିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?