ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ମୃତ

ବାହାନଗା,୨୭ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ଗୋପାଳପୁର ଫାଣ୍ଡି ପୋଲିସର ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ରୁଣ୍ଡୁ ମଳିକ(ଅଲିୟାସ ଲକ୍ଷ୍ମୀଧର)ଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଆରୁହାବାଡ଼ ଜାଗେଶ୍ୱରପଦା ଅଞ୍ଚଳରେ ବୋଲି ଜଣାପଡ଼ିଛି। ରୁଣ୍ଡୁଙ୍କ ନାମରେ ପୂର୍ବରୁ ୩୦ରୁ ଊର୍ଦ୍ଧ୍ୱ ଅପରାଧିକ ମାମଲା ରହିଛି। ପୋଲିସ ରୁଣ୍ଡୁକୁ ଧରିବାକୁ ଯାଇଥିବା ବେଳେ ପୋଲିସ ଉପରକୁ ସେ ଆକ୍ରମଣ କରିଥିଲେ। ତେଣୁ ପୋଲିସ ପାଲଟା ଆକ୍ରମଣ କରିଥିଲା। ଫଳରେ ରୁଣ୍ଡୁଙ୍କ ଛାତିରେ ଗୋଟିଏ ଗୁଳି ବାଜିଥିବା ବେଳେ ଡାହାଣ ହାତରେ ଆଉ ଗୋଟିଏ ଗୁଳି ବାଜିଥିଲା। ପରେ ପୋଲିସ କର୍ମଚାରୀ ରୁଣ୍ଡୁଙ୍କୁ ସୋର ମେଡିକାଲ ନେଇଥିବା ବେଳେ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ।

ପୋଲିସର ଏନ୍‌କାଉଣ୍ଟର ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି। ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ଗୋପାଳପୁର ଫାଣ୍ଡିରେ ଏକ ପ୍ଲାଟୁନ ଫୋର୍ସ ମୁତୟନ ରହିଛି। ସଦର ଡିଏସ୍‌ପି ଅମୂଲ୍ୟ ଧର, ଏସ୍‌ଡିପିଓ ପଦାରବିନ୍ଦ ତ୍ରିପାଠୀ, ଆଇଆଇସି ବିମଳ କୁମାର ନାୟକ, ଏସ୍‌ଆଇ ରତିକାନ୍ତ ଦାସ ଉପସ୍ଥିତ ରହି ପରିସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri