ଦାଦାବଟି ଆଦାୟ ଅଭିଯୋଗ: ପେସାଦାର ଅପରାଧୀ ଗଲେ ଜେଲ୍‌

ଦିଗପହଣ୍ଡି,୩୧ା୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ବନ୍ଥପଲ୍ଲୀ, ଲଙ୍ଗଳଦେଇ ପ୍ରଭୃତି ଅଞ୍ଚଳରେ ଥିବା କ୍ରସର ୟୁନିଟ, ଇଟାଭାଟି, ପଥର ଖାଦାନ ସମେତ ବିଭିନ୍ନ ଠିକାଦାରଙ୍କ ଠାରୁ ଧମକ ଦେଇ ଦାଦାବଟି ଆଦାୟ କରୁଥିବା ଅଭିଯୋଗ ହେଉଥିଲା। ଏନେଇ ପୋଲିସ ଶନିବାର ଜଣେ ପେସାଦାର ଅପରାଧୀଙ୍କୁ ଗିରଫ କରି ବ୍ରହ୍ମପୁର ସଦର କୋର୍ଟକୁ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ମହୁଡା ଚାଞ୍ଚଡାପଲ୍ଲୀ ଗାଁର ପପୁ ଓରଫ ପରେଶ ଲେଙ୍କା। କେସ ନଂ.୨୬୧/୨୦ରେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। କିଛିଦିନ ହେଲା ପପୁ ସମ୍ପୃକ୍ତ ଅଞ୍ଚଳରେ ଆତଙ୍କରାଜ ଚଳାଇବା ସହ ବିଭିନ୍ନ ବ୍ୟବସାୟିକ ଅନୁଷ୍ଠାନରୁ ମାସିକ ବଟି ଆଦାୟ କରୁଥିବା ନେଇ ଅଭିଯୋଗ ହୋଇଆସୁଥିଲା।
ପ୍ରାପ୍ତ ସୂଚନାକୁ ଭିତ୍ତିକରି ଦିଗପହଣ୍ଡି ଆଇଆଇସି ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ଗଠିତ ସ୍ପେଶାଲ ପୋଲିସ ସ୍କ୍ବାଡ ତାଙ୍କ ଉପରେ ନଜର ରଖିଥିଲେ। ଏପରିକି ତାଙ୍କ ମୋବାଇଲ ନମ୍ବରକୁ ଟ୍ରାକିଂ କରାଯାଉଥିଲା। ପପୁ ବିଭିନ୍ନ ବ୍ୟବସାୟୀଙ୍କଠାରୁ ଜୋର୍‌ ଜବରଦସ୍ତ ଦାଦାବଟି ଆଦାୟ କରୁଥିବା ନେଇ ପୋଲିସକୁ ପ୍ରମାଣ ମିଳିବା ପରେ ଏସ୍‌ଆଇ ମାଧବ ଚନ୍ଦ୍ର ଟାକ୍ରି ତାଙ୍କ ବିରୋଧରେ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଶୁକ୍ରବାର ପପୁଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଥିଲା ବୋଲି ଆଇଆଇସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri