ଘରୋଇ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନରୁ ଚୋରି ସହ ନିଆଁ ଲଗାଇଲେ ଦୁର୍ବୃତ୍ତ : ଧମକ ଦେଇ କବାଟରେ ଲେଖିଲେ…

ଛତ୍ରପୁର, ୧୬/୯ (ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧୀନ ପୁରୁଣା ପୋଷ୍ଟ ଅଫିସ ସାହିରେ ଥିବା ଏକ ଘରୋଇ କମ୍ୟୁଟର ଶିକ୍ଷାନୁଷ୍ଠାନରୁ ସୋମବାର ବିଳମ୍ବିତ ରାତ୍ରରେ ଚୋରି କରିବା ସହିତ ନିଆଁ ଲଗାଇଛନ୍ତି ଦୁର୍ବୃତ୍ତ । ଏହା ସହ ଜୀବନରୁ ମାରିଦେବାକୁ କାଚ କବାଟରେ ଲେଖି କରି ଦେଇଛନ୍ତି ଧମକ । ପୁରୁଣା ପୋଷ୍ଟ ଅଫିସ ସାହି ସ୍ଥିତ ଏଜୁ କେୟାର କମ୍ପ୍ୟୁଟର ଅନୁଷ୍ଠାନରୁ ଗତକାଲି ବିଳମ୍ବିତ ରାତ୍ରରେ ପଶି କମ୍ପ୍ୟୁଟର, ଏସି ସମେତ ବହୁ ଆସବାବ ପତ୍ର ନିଆଁ ଲଗାଇ ନଷ୍ଟ କରିବା ସହିତ ହାର୍ଡ ଡିସ୍କ ଭଳି କିଛି ଜିନିଷ ଚୋରି କରିଛନ୍ତି ଦୁର୍ବୃତ୍ତ। ଏହା ସହ ମୁଁ କେବଳ ତୋ ପାଇଁ ଆସିଛି, ଏତେ ସହଜରେ ମୁଁ ତୋତେ ମାରିବି ନାହିଁ, ତୋତେ ଟର୍ଚ୍ଚର କରି ମାରିବି ବୋଲି କବାଟରେ ଲେଖି ଧମକ ଦେଇଛନ୍ତି ଦୁର୍ବୃତ୍ତ । ଏପରିକି ନିଜକୁ ଘୋଷ୍ଟ ବୋଲି ଲେଖିଛି। ଆଜି ସକାଳୁ ସ୍ଥାନୀୟ ବାସିନ୍ଦା ନିଆଁ ଲାଗିବାର ଦେଖି ଅଗ୍ନିଶମବାହିନୀକୁ ଜଣାଇଥିଲେ। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅନ୍ୟପଟେ ଛତ୍ରପୁର ଥାନା ପୋଲିସ ପହଞ୍ଚି ତଦନ୍ତ କରିଛି । ତେବେ କିଏ ଏପରି କାଣ୍ଡ ଘଟାଇଛି ଏବଂ କାହିଁକି ଏପରି କରିଛି, ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଯୁଦ୍ଧ ଭିତରେ ଭାରତକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ, ଚମକି ପଡିଲା ଚାଇନା

ନୂଆଦିଲ୍‌ଲୀ,୧୨।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ତାର ଶକ୍ତି ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ରୁଷିଆରୁ ତୈଳ କ୍ରୟ ପୁନଃ ଆରମ୍ଭ କରିବାକୁ ନିଷ୍ପତ୍ତି…

ଅଧରାତିରେ ପରିବାରର ୩ ଜଣଙ୍କୁ ହତ୍ୟା କରି ଫେରାର ବୃଦ୍ଧ: ଥାନାରେ ପହଞ୍ଚିଲେ ପୁଅ

ଦେବଗଡ଼,୧୨।୩(ଶଶାଙ୍କ ଶେଖର ଝାଙ୍କର) ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ହତ୍ୟା। ଏଥିରେ କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଘଟିଛି ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ। ସ୍ତ୍ରୀ, ବୋହୂ…

ଫିଫା ବିଶ୍ୱକପ୍‌ରୁ ଓହରିଲା ଇରାନ

ତେହରାନ୍‌ ,୧୧ା୩: ଇରାନ କ୍ରୀଡ଼ା ମନ୍ତ୍ରୀ ଅହମ୍ମଦ ଡୋନିଆମାଲି ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଇରାନ ଫୁଟବଲ ଦଳ 2026 ଫିଫା ବିଶ୍ୱକପ ଖେଳିବ ନାହିଁ…

ପାଣ୍ଡ୍ୟା ବ୍ରଦର୍ସଙ୍କ ମଧ୍ୟରେ ଜୋରଦାର ଝଗଡ଼ା? ଭାଉଜଙ୍କ ସହ କଥାବାର୍ତ୍ତା ବନ୍ଦ…ବିଶ୍ୱକପ୍‌ ଜିତିବା ସତ୍ତ୍ୱେ ଚୁପ୍‌ ରହିଲେ…

ମୁମ୍ବାଇ, ୧୧।୩: କ୍ରିକେଟ ଜଗତର ସବୁଠାରୁ ଚର୍ଚ୍ଚିତ ଭ୍ରାତୃ ଯୋଡ଼ି ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୃନାଲ ପାଣ୍ଡ୍ୟାଙ୍କ ମଧ୍ୟରେ ସବୁକିଛି ଠିକ ଚାଲିଛି ତ? ଦୁଇ ଭାଇଙ୍କ…

୧୨ ଦିନରେ ଯୁଦ୍ଧ: ଟାର୍ଗେଟ୍‌ରେ ଆର୍ଥିକ ଅନୁଷ୍ଠାନ, ବ୍ୟାଙ୍କ

ତେହରାନ୍‌ ,୧୧ା୩: ଇରାନ୍‌-ଆମେରିକା ଯୁଦ୍ଧ ୧୨ ଦିନରେ ପହଞ୍ଚି ଥିଲାବେଳେ ଉଭୟ ପକ୍ଷଙ୍କ ଆକ୍ରମଣ ଲକ୍ଷ୍ୟ ଦିନକୁ ଦିନ ବଦଳିବାରେ ଲାଗିଛି। ପ୍ରଥମେ ତୈଳ ରିଫାଇନେରିଗୁଡିକୁ ଉଭୟ…

ଅମ୍ବାଭୋନାରେ ଚାଲିଥିଲା କଫ୍‌ସିରଫ କାରବାର, ମାଡ଼ି ବସିଲା ଅବକାରୀ ଟିମ୍‌

ବରଗଡ଼,୧୧।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲ୍ଲା ଅମ୍ବାଭୋନା ଅଞ୍ଚଳରେ ଚାଲିଥିବା ବେଆଇନ କଫସିରପ କାରବାର ଉପରେ ଅବକାରୀ ବିଭାଗ ଶକ୍ତ ପ୍ରହାର କରିଛି। ବୁଧବାର ଅବକାରୀ ବିଭାଗର…

ଭଡ଼ା ଘରୁ ଦିଗପହଣ୍ଡି ଷ୍ଟେଟ୍‌ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଜବତ, ଏକମାତ୍ର ପୁଅଙ୍କୁ ହରାଇ…

ଦିଗପହଣ୍ଡି, ୧୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର ଜଣେ ବରିଷ୍ଠ କିରାଣିଙ୍କ ମୃତଦେହ ବୁଧବାର ଅପରାହ୍ନରେ ତାଙ୍କ ଭଡ଼ାଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri