ପାଣି ପାଇଁ ଡହଳବିକଳ ଲଣ୍ଡାଗାଁ ପଞ୍ଚାୟତବାସୀ

ବାଲିଗୁଡା, ୨୦।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ପ୍ରତିଦିନର ତାପମାତ୍ରା ୪୦ ରୁ ୪୧ଡିଗ୍ରୀ ରହୁଛି। ତାପମାତ୍ରା ବୃଦ୍ଧି କାରଣରୁ ନଦୀ ନାଳ ଓ କୂପରେ ଜଳସ୍ତର କମିବାରେ ଲାଗିଛି। ଲୋକମାନେ ଜଳ ସଂଗ୍ରହ କରିବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିତିରେ ବାଲିଗୁଡା ବ୍ଲକ୍‌ ଉପାନ୍ତ ପଞ୍ଚାୟତ ଲଣ୍ଡାଗାଁରେ ୧୧ଟି ୱାର୍ଡରେ ରହନ୍ତି ୧୫ଶହରୁ ଅଧିକ ଲୋକ। ସରକାର ବିଶୁଦ୍ଧ ପାଣି ପାଇଁ ଗାଁଗାଁକୁ ବସୁଧା ଯୋଜନାରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ ଓଭର ଟ୍ୟାଙ୍କ ଯୋଗାଇ ଦିଆଯାଇଥିବା ବେଳେ ଲଣ୍ଡାଗାଁ ପଞ୍ଚାୟତରେ ଏହାର ଅଭାବ ପରିଲକ୍ଷିତ ହୋଇଛି। ଏଠାରେ ଥିବା ନଳକୂପ ଖରାପ ଥିବା ବେଳେ କାଁଭାଁ ଯେଉଁଗୁଡିକ ଠିକ୍‌ ଅଛି ତାହାକୁ ବହୁ ସମୟ କସରତ କଲେ ବାଲଟିଏ ପାଣି ବାହାରୁଛି। ପିଇବା ପାଣି ପାଇଁ ଲୋକେ ନାହିଁ ନଥିବା ହଇରାଣ ହେଉଛନ୍ତି। ପଞ୍ଚାୟତ ପକ୍ଷରୁ ଜଳଛତ୍ର ଖୋଲା ଯାଇନଥିବା ବେଳେ ଲଣ୍ଡାଗାଁ ପଞ୍ଚାୟତ ଉପରେ ନିର୍ଭର କରୁଥିବା ଲୋକ ଟୋପାଏ ପିଇବା ପାଣି ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସରକାର ଜଳଛତ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ ସୁଦ୍ଧା ଏଠାରେ ତାହା ଦେଖିବାକୁ ମିଳିନାହିଁ। ସରପଞ୍ଚ ତୁଳସୀ ଝଙ୍କାରଙ୍କୁ ପଚାରିବାରୁ ସେ ଏନେଇ କିଛି ଉତ୍ତର ନ ଦେଇ ଫୋନ କାଟିଦେଇଥିଲେ। ଏ ନେଇ ଅଞ୍ଚଳବାସୀଙ୍କ ତରଫରୁ ଅଭିରାମ ରଣା, ରାଜେନ୍ଦ୍ର ମାଲିକ୍‌, ମୋତିଲାଲ ରଣା,ଟଙ୍କଧର ରଣା, କବିରାଜ ରଣା, ସଦାନନ୍ଦ କୁଦେଇ ପ୍ରମୁଖ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri