ପାଣି ପାଇଁ ଡହଳବିକଳ ଲଣ୍ଡାଗାଁ ପଞ୍ଚାୟତବାସୀ

ବାଲିଗୁଡା, ୨୦।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ପ୍ରତିଦିନର ତାପମାତ୍ରା ୪୦ ରୁ ୪୧ଡିଗ୍ରୀ ରହୁଛି। ତାପମାତ୍ରା ବୃଦ୍ଧି କାରଣରୁ ନଦୀ ନାଳ ଓ କୂପରେ ଜଳସ୍ତର କମିବାରେ ଲାଗିଛି। ଲୋକମାନେ ଜଳ ସଂଗ୍ରହ କରିବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିତିରେ ବାଲିଗୁଡା ବ୍ଲକ୍‌ ଉପାନ୍ତ ପଞ୍ଚାୟତ ଲଣ୍ଡାଗାଁରେ ୧୧ଟି ୱାର୍ଡରେ ରହନ୍ତି ୧୫ଶହରୁ ଅଧିକ ଲୋକ। ସରକାର ବିଶୁଦ୍ଧ ପାଣି ପାଇଁ ଗାଁଗାଁକୁ ବସୁଧା ଯୋଜନାରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ ଓଭର ଟ୍ୟାଙ୍କ ଯୋଗାଇ ଦିଆଯାଇଥିବା ବେଳେ ଲଣ୍ଡାଗାଁ ପଞ୍ଚାୟତରେ ଏହାର ଅଭାବ ପରିଲକ୍ଷିତ ହୋଇଛି। ଏଠାରେ ଥିବା ନଳକୂପ ଖରାପ ଥିବା ବେଳେ କାଁଭାଁ ଯେଉଁଗୁଡିକ ଠିକ୍‌ ଅଛି ତାହାକୁ ବହୁ ସମୟ କସରତ କଲେ ବାଲଟିଏ ପାଣି ବାହାରୁଛି। ପିଇବା ପାଣି ପାଇଁ ଲୋକେ ନାହିଁ ନଥିବା ହଇରାଣ ହେଉଛନ୍ତି। ପଞ୍ଚାୟତ ପକ୍ଷରୁ ଜଳଛତ୍ର ଖୋଲା ଯାଇନଥିବା ବେଳେ ଲଣ୍ଡାଗାଁ ପଞ୍ଚାୟତ ଉପରେ ନିର୍ଭର କରୁଥିବା ଲୋକ ଟୋପାଏ ପିଇବା ପାଣି ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସରକାର ଜଳଛତ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ ସୁଦ୍ଧା ଏଠାରେ ତାହା ଦେଖିବାକୁ ମିଳିନାହିଁ। ସରପଞ୍ଚ ତୁଳସୀ ଝଙ୍କାରଙ୍କୁ ପଚାରିବାରୁ ସେ ଏନେଇ କିଛି ଉତ୍ତର ନ ଦେଇ ଫୋନ କାଟିଦେଇଥିଲେ। ଏ ନେଇ ଅଞ୍ଚଳବାସୀଙ୍କ ତରଫରୁ ଅଭିରାମ ରଣା, ରାଜେନ୍ଦ୍ର ମାଲିକ୍‌, ମୋତିଲାଲ ରଣା,ଟଙ୍କଧର ରଣା, କବିରାଜ ରଣା, ସଦାନନ୍ଦ କୁଦେଇ ପ୍ରମୁଖ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri