Posted inଜାତୀୟ

ସଙ୍କଟ ପୁଣି ଘନେଇଲା: ଦୈନିକ ସଂକ୍ରମଣ ୫ ହଜାର ଟପିଲା, ସକ୍ରିୟ ମାମଲା ୨୫ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୨୬ ହଜାର ମୁହଁା ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୫,୩୨୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪,୪୩୧ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୫ ହଜାର ଟପିଛି। ଏହା ୨୫ ହଜାର ୫୮୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୩ ହଜାର ୦୯୧ ଥିଲା। ସେହିପରି ୨୪ ଘଣ୍ଟାରେ ୨,୮୨୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨,୫୦୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୯୨୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୩୯ ହଜାର ୫୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୮୨ ହଜାର ୫୩୮ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ-ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri