Posted inଜାତୀୟ

ରାହୁଲଙ୍କ ପାଇଁ ସଙ୍କଟ: ଭାଜପା ସହିତ ନିଜ ସହ ମଧ୍ୟ ଲଢ଼ିବାକୁ ହେବ !

ନୂଆଦିଲ୍ଲୀ, ୨୫।୮: କଂଗ୍ରେସରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ଯେ ବଢ଼ିବାରେ ଲାଗିଛି ତାହା ଏବେ ଜଣାପଡ଼ିଛି। ଏହା ଦ୍ୱାରା ରାହୁଲ ଗାନ୍ଧୀଙ୍କ ରାଜନୈତିକ ପଥରେ ବାଧା ସୃଷ୍ଟି ହେବାର ଆଶଙ୍କା ରହିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରୁଛନ୍ତି। ପୂର୍ବରୁ ରାହୁଲଙ୍କୁ କେବଳ ଭାଜପା ସହିତ ଲଢ଼େଇ କରିବାକୁ ପଡୁଥିଲା। କିନ୍ତୁ ସୋମବାରର ବୈଠକ ପରେ ରାହୁଲଙ୍କ ବିରୋଧୀ ତାଲିକାରେ ଦଳୀୟ ସଦସ୍ୟ ମଧ୍ୟ ସାମିଲ ହୋଇଥିବା ଜଣାପଡ଼ିଛି। ଏବେ ଭାଜପା ସହିତ ରାହୁଲଙ୍କୁ ନିଜ ଦଳ ସହିତ ମଧ୍ୟ ଲଢ଼ିବାକୁ ପଡ଼ିବ। ୨୦୧୯ରେ ଲୋକ ସଭା ନିର୍ବାଚନ ଫଳାଫଳ ପରେ ରାହୁଲ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ଏକ ବଡ଼ ଭୁଲ୍‌ ଥିଲା ବୋଲି ଦଳରେ ଚର୍ଚ୍ଚା ଆରମ୍ଭ ହେଲାଣି। ଘର କଥା ଏବେ ବାହାରେ ପଡ଼ିବାରୁ ରାହୁଲ ବୈଠକରେ ନିଜର ମତପୋଷଣ କରି ତାହା ବରିଷ୍ଠ ନେତାଙ୍କୁ ଜଣାଇ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ମୁକାବିଲା କରିବା ଲାଗି ଦଳରେ ସମକ୍ଷକ ନେତୃତ୍ୱର ଆବଶ୍ୟକତା ଉପରେ ସଦସ୍ୟମାନେ ମତ ଦେଇଛନ୍ତି। ତେବେ ଚିଠି ଲେଖି ଏହାକୁ ସାର୍ବଜନିକ କରାଇବା ନେଇ ରାହୁଲ ମର୍ମାହାତ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri