Posted inଜାତୀୟ

ଶିବକୁମାରଙ୍କ ପାଇଁ ସଙ୍କଟ: କର୍ନାଟକରେ ହେବେ ୫ ଉପମୁଖ୍ୟମନ୍ତ୍ରୀ…

ବେଙ୍ଗାଲୁରୁ,୨୩।୯ : କର୍ନାଟକ କଂଗ୍ରେସ ବିଧାୟକ ବାସଭରାଜ ରାୟାରେଡି ଶନିବାର ଦାବି କରିଛନ୍ତି ରାଜ୍ୟରେ ଆଉ ୫ଜଣ ଉପ-ମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ସରକାର ଏହା ଉପରେ ବିଚାର କରୁଛନ୍ତି ବୋଲି ସେ କହିଛନ୍ତି। ଏହି ପ୍ରସ୍ତାବ କ୍ୟାବିନେଟରେ ମଧ୍ୟ ଉପସ୍ଥାପିତ ହୋଇଛି ଏବଂ ଅନେକ ମନ୍ତ୍ରୀ ଏହାକୁ ସମର୍ଥନ କରୁଛନ୍ତି। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟାଙ୍କ ସରକାରରେ ଡି.କେ ଶିବକୁମାର ଏକମାତ୍ର ଉପମୁଖ୍ୟମନ୍ତ୍ରୀ।

କଂଗ୍ରେସ ବିଧାୟକଙ୍କ ଅନୁସାରେ ରାଜ୍ୟ ଗୃହମନ୍ତ୍ରୀ ଜି ପରମେଶ୍ୱର ଏବଂ ପୂର୍ବତନ ମନ୍ତ୍ରୀ ଏମ.ବି ପାଟିଲ ମଧ୍ୟ ଏହି ପ୍ରସ୍ତାବକୁ ସମର୍ଥନ କରୁଛନ୍ତି। ରାଜ୍ୟରେ ଅତି କମରେ ୫ଜଣ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ ହେବା ଉଚିତ। ଆସନ୍ତା ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ସମ୍ପର୍କରେ ଆମ ସରକାର ଆଲୋଚନା କରୁଛନ୍ତି। ବହୁ ବରିଷ୍ଠ ନେତା ଏହି ପ୍ରସ୍ତାବକୁ ସମର୍ଥନ କରିସାରିଛନ୍ତି।

ପୂର୍ବରୁ କର୍ନାଟକ ସମବାୟ ମନ୍ତ୍ରୀ କେ.ଏନ ରାଜନା ମଧ୍ୟ ଅଧିକ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଥିଲେ। ଆନ୍ଧ୍ରପ୍ରଦେଶରେ ପାଞ୍ଚ ଜଣ ଉପମୁଖ୍ୟମନ୍ତ୍ରୀ ଥିବା ଦର୍ଶାଇ ରାୟାରେଡି କହିଛନ୍ତି କର୍ନାଟକ ଏକ ବଡ ରାଜ୍ୟ ଏବଂ ଏଠାରେ ଆଉ ପାଞ୍ଚ ଜଣଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇପାରିବ।

ନିକଟରେ କର୍ନାଟକ କ୍ୟାବିନେଟ ମନ୍ତ୍ରୀ ରାଜନା ରାଜ୍ୟରେ ଆଉ ତିନି ଜଣ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଥିଲେ। ସେ କହିଥିଲେ ବୀରଶୈବ-ଲିଙ୍ଗାୟତ, ଏସସି / ଏସଟି ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟର ପ୍ରତ୍ୟେକ ନେତାଙ୍କ ମଧ୍ୟରୁ ଜଣେ ଜଣେ ନେତାଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ପ୍ରଦାନ କରିବାକୁ ଦାବି ରହିଛି ଯାହା ଦ୍ୱାରା ୨୦୨୪ ଲୋକସଭା ନିର୍ବାଚନରେ ଦଳ ଏଥିରୁ ଉପକୃତ ହେବ। ତେବେ ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି କେବଳ ପାର୍ଟି ହାଇକମାଣ୍ଡ ଗ୍ରହଣ କରିବେ।

ସୂଚନାଯୋଗ୍ୟ ଯେତେବେଳେ ବିଧାନସଭା ନିର୍ବାଚନରେ କଂଗ୍ରେସ ଜିତିଥିଲା ସେତେବେଳେ ଉଭୟ ଡି.କେ ଶିବକୁମାର ଏବଂ ସିଦ୍ଦରାମାୟା iମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଦାବି କରିଥିଲେ। କିଛି ଦିନ ଧରି ଏହି ବିଷୟରେ ଚର୍ଚ୍ଚା ହୋଇଥିଲା। ଶେଷରେ ପାର୍ଟି ହାଇ କମାଣ୍ଡ ଡି.କେ ଶିବକୁମାରଙ୍କୁ ମନାଇବାରେ ସଫଳ ହୋଇଥିଲେ ଏବଂ ଶିବକୁମାର ଉପମୁଖ୍ୟମନ୍ତ୍ରୀ ହେବାକୁ ରାଜି ହୋଇଥିଲେ।

କିଛି ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଶିବକୁମାର ଏକମାତ୍ର ଉପମୁଖ୍ୟମନ୍ତ୍ରୀ ହେବା ସହିତ ଦଳର ରାଜ୍ୟ ସଭାପତି ପଦ ମଧ୍ୟ ବଜାୟ ରଖିବେ। ଆହୁରି ମଧ୍ୟ ଆଲୋଚନା ହେଉଛି ଅଢ଼େଇ ବର୍ଷ ପରେ ଶିବକୁମାର ପୁଣିଥରେ କାଳେ ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଦାବି କରିବାର ଆଶଙ୍କା ରହିଛି। ଏଭଳି ପରିସ୍ଥିତିରେ ଅଧିକ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ ହେବା ଦ୍ୱାରା ଡି.କେ ଶିବକୁମାରଙ୍କ ପ୍ରଭାବ ହ୍ରାସ କରିବାର ପ୍ରୟାସ ସିଦ୍ଦରାମାୟାଙ୍କ ଦ୍ୱାରା ହେଉଛି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri