ଘନେଇଲା ସଙ୍କଟ ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ଉପର ମୁହାଁ…

ନୂଆଦିଲ୍ଲୀ, ୨୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୫୯୩ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୪ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ଟପିଛି। ଏହା ୧୫ ହଜାର ୮୭୩ ରହିଛି।

ସେହିପରି ୨୪ ଘଣ୍ଟାରେ ୧ ହଜାର ୭୫୫ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୨ ହଜାର ୧୯୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୫୭ ହଜାର ୫୪୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୧୯ ହଜାର ୪୭୯ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୧,୦୯୪ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୩୩୪ ଜଣ, କେରଳରେ ୩୦୦ ଜଣ, ଉତ୍ତରପ୍ରଦେଶରେ ୨୨୫ ଜଣ, ମହାରାଷ୍ଟ୍ରରେ ୧୯୪, କର୍ନାଟକ ୧୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୭ କୋଟି ୭୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri