୩ ରାଜ୍ୟରେ ସଙ୍କଟ…

ନୂଆଦିଲ୍ଲୀ, ୯।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ପୁଣି ବଢ଼ି ଲକ୍ଷେ ୩୧ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିିଛି।

ଏହା ୧୨ ହଜାର ୭୫୧ ରହିଛି। ଗୋଟିଏ ଦିନ ତଳେ ଏହା ୧୬ ହଜାର ୧୬୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୪୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୩୧ ହଜାର ୮୦୭ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୬ ହଜାର ୪୧୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୫ ହଜାର ୫୪୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୭୭୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୧ ଲକ୍ଷ ୭୪ ହଜାର ୬୫୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୫ ଲକ୍ଷ ୧୬ ହଜାର ୭୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ମହାରାଷ୍ଟ୍ର, କର୍ନାଟକ, ଦିଲ୍ଲୀ ଆଦି ୩ ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri