ଚାଇନାରେ ସଙ୍କଟ: ଦୈନିକ ସଂକ୍ରମଣ ୩୯ ହଜାରରୁ ଅଧିକ…

ବେଜିଂ,୨୭।୧୧ : ପୁଣି ଚାଇନାକୁ କରୋନା ମହାମାରୀ ଫେରିଛି। ଏହାକୁ ନେଇ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଦେଶରେ ଦିନକୁ ଦିନ ବଢୁଥିବା କରୋନା ମାମଲା ଯୋଗୁଁ ପରିସ୍ଥିତି ପୁଣି ସଙ୍କଟ ଜନକ ହୋଇଛି। ରାଜଧାନୀ ବେଜିଂରେ କରୋନା ଲକଡାଉନ ଅଧୀନରେ କଡା ପ୍ରତିବନ୍ଧକ ଲଗାଯାଇଛି। କରୋନା ଆକ୍ରାନ୍ତଙ୍କ ଦୈନିକ ସଂଖ୍ୟା ଗତ ୨୪ ଘଣ୍ଟାରେ ୩୯,୭୯୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୫,୯୦୯ ଥିଲା। ବେଜିଂରେ କରୋନାଙ୍କ ନୂଆ ମାମଲାରେ ବୃଦ୍ଧି ଘଟିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି।

୨୫ ନଭେମ୍ବରରେ ଏହା ୩୨,୯୪୩ ଥିଲା। ବେଜିଂର ଅଧିକାରୀମାନେ ପାର୍କ, ଅଫିସ କୋଠା ଏବଂ ଶପିଂ ମଲ ବନ୍ଦ କରିଛନ୍ତି। ସହରର ସବୁଠାରୁ ଜନବହୁଳ ଚାଓୟାଙ୍ଗ ଜିଲାରେ ସମ୍ପୂର୍ଣ୍ଣ ଲକଡାଉନ ରଖାଯାଇଛି। ଯଦି ଆବଶ୍ୟକ ନହୁଏ ତେବେ ବାସିନ୍ଦା ଘରୁ ବାହାରକୁ ନଯିବାକୁ ଅନୁରୋଧ କରିଛନ୍ତି। ରାଜଧାନୀ ବେଜିଂରେ ସବୁଠାରୁ ଅଧିକ ପ୍ରଭାବିତ ଅଞ୍ଚଳରେ ପରିଣତ ହୋଇଥିବା ଚାଓୟାଙ୍ଗ ଜିଲାର ପ୍ରାୟ ୩୫ ଲକ୍ଷ ଲୋକଙ୍କୁ ଏହି ମହାମାରୀଠାରୁ ଦୂରେଇ ରହିବାକୁ ସ୍ବାସ୍ଥ୍ୟ ଅଧିକାରୀମାନେ ଅନୁରୋଧ କରିଛନ୍ତି। ତେଣୁ ସେମାନଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ବେଜିଂରେ କରୋନାରୁ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ପାଞ୍ଚକୁ ବୃଦ୍ଧି ପାଇଛି।
ଜାତୀୟ ରୋଗ ନିୟନ୍ତ୍ରଣ ଏବଂ ନିରାକରଣ ପ୍ରଶାସନର ହୁ ଜିଆଙ୍ଗ ଦେଶର ଗଣମାଧ୍ୟମରେ କହିଛନ୍ତି ଯେ ଚାଇନାରେ ସ୍ଥାନୀୟ ମହାମାରୀ ପରିସ୍ଥିତି ଗୁରୁତର ହେବାରେ ଲାଗିଛି। ସେ କହିଛନ୍ତି ଯେ ସମଗ୍ର ଚାଇନାରେ ନୂତନ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନଭେମ୍ବର ୧୯ରେ ବନ୍ଦ ରହିବ UPI ସେବା

ନୂଆଦିଲ୍ଲୀ, ୧୮।୧୧: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (SBI) ଗ୍ରାହକଙ୍କ ପାଇଁ ଜରୁରୀ ସୂଚନା। ଆସନ୍ତା ନଭେମ୍ବର ୧୯ ତାରିଖରେ ପ୍ରାୟ ୪୫ ମିନିଟ୍‌ ପାଇଁ ବ୍ୟାଙ୍କର UPI…

ଚିଲିକାରେ ସମସ୍ତ ପ୍ରକାର ଡଙ୍ଗା ଚଳାଚଳ ବନ୍ଦ, ଜରୁରୀ ନିର୍ଦ୍ଦେଶନାମା ଜାରି କରି…

କୃଷ୍ଣପ୍ରସାଦ,୧୮।୧୧: ସମ୍ଭାବ୍ୟ ବାତ୍ୟା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଚିଲିକା ହ୍ରଦରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଯାତ୍ରୀ ଓ ପର୍ଯ୍ୟଟକମାନଙ୍କ ସୁରକ୍ଷା ନିମନ୍ତେ ସୋମବାରଠାରୁ…

ବିଶ୍ୱରେ ସବୁଠୁ ଅଧିକ ଖାଦ୍ୟ ନଷ୍ଟ କରେ ଏହି ଦେଶ, ଭାରତର ସ୍ଥାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୮।୧୧: ଦୁନିଆରେ ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଦୁଇ ଓଳି ଖାଇବାକୁ ପାଉନାହାନ୍ତି । ଭୋକିଲା ପେଟରେ ଶୋଇବାକୁ ବାଧ୍ୟ ହେଉଛନ୍ତି । ଅନ୍ୟପଟେ ପ୍ରତିବର୍ଷ…

IPLରୁ ସନ୍ନ୍ୟାସ ନେବା ପରେ ଏଭଳି ସେଲିବ୍ରେଶନ କଲେ ଧୋନୀ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୧୮।୧୧: IPLକୁ ଅଲ୍‌ବିଦା କହିବା ପରେ ନିଜ ଅବସରକୁ ନିଆରା ଢଙ୍ଗରେ ସେଲିବ୍ରେଟ୍‌ କରିଛନ୍ତି ଭାରତୀୟ କ୍ରିକେଟ୍‌ର ମହାନ ଖେଳାଳି ତଥା ଚେନ୍ନାଇ ସୁପର କିଙ୍ଗ୍ସର…

ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ ଦିନ ଦର୍ଶନ ବନ୍ଦ, ପୁରୀ ଆସୁଥିଲେ ଜାଣି ରଖନ୍ତୁ…

ପୁରୀ,୧୮ା୧୧: ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଖରାପ ପାଗକୁ ଦୃଷ୍ଟିରେ ରଖି ପୁରୀର ଆରାଧ୍ୟ ସ୍ଥଳୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ବଡ଼…

ରାମ କେବଳ ଏକ ଧର୍ମର ନୁହନ୍ତି, ସବୁ ଭାରତୀୟଙ୍କ ରକ୍ତରେ ଅଛନ୍ତି: ଚର୍ଚ୍ଚାରେ ଜାଭେଦ ଅଖତରଙ୍କ ମନ୍ତବ୍ୟ

ବିଶିଷ୍ଟ ଗୀତିକାର ଓ ପଟ୍ଟକଥା ଲେଖକ ଜାଭେଦ ଅଖତର ଭଗବାନ ଶ୍ରୀରାମଙ୍କ ପ୍ରଶଂସା କରି କହିଛନ୍ତି। ରାମ ଏକ ପୂଜନୀୟ ବ୍ୟକ୍ତିତ୍ୱ। ତାଙ୍କ ମହତ୍ତ୍ୱ କୌଣସି ଗୋଟିଏ…

ବାତ୍ୟା ଅକ୍ୱାନକୁ ନେଇ ୪ ଜିଲା ପାଇଁ ୪ ଆଇଏଏସ୍‌ଙ୍କୁ ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…

ଭୁବନେଶ୍ୱର,୧୮ା୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ବାତ୍ୟା ପ୍ରଭାବିତ ହେବାକୁ ଥିବା ୪ଟି…

କାରକୁ ପିଟିଲା ଟ୍ରକ: ଅଳ୍ପକେ ବର୍ତ୍ତିଲେ ୪ ଖବରଦାତା

ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସଡ଼କ ଦୁର୍ଘଟଣା ସାଧାରଣରେ ପରିଣତ ହୋଇଛି। ସୋମବାର ସହରସ୍ଥିତ ଗୁରୁଦ୍ୱାରା ଛକରେ ସଡ଼କ ଦୁର୍ଘଟଣାରେ ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?