Posted inଜାତୀୟ

ଗୋଆ କଂଗ୍ରେସରେ ସଙ୍କଟ: ୮ ବିଧାୟକ ବାଡ଼ ଡେଇଁ ଧରିଲେ ପଦ୍ମ…

ପଣଜୀ, ୧୪।୯ : ଗୋଆରେ କଂଗ୍ରେସ ଏକ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗମ୍ବର କାମାତ ଏବଂ ବିରୋଧୀ ଦଳର ନେତା ମାଇକେଲ ଲୋବୋଙ୍କ ସମେତ ଆଠ ଜଣ କଂଗ୍ରେସ ବିଧାୟକ ବାଡ଼ ଡେଇଁ ଭାଜପା ଶିବିରରେ ଯୋଗ ଦେଇଛନ୍ତି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଦିଗମ୍ବର କାମାତ, ମାଇକେଲ ଲୋବୋ, ଡି ଲୋବୋ, ରାଜେଶ ଫାଲଡେସାଇ, କେଦାର ନାୟକ, ସାଙ୍କଳ୍ପ ଆମୋନକର, ଆଲେକ୍ସୋ ସେକେରା ଏବଂ ରୁଡାଲ୍ଫ ଫର୍ଣ୍ଣାଣ୍ଡିସ କଂଗ୍ରେସ ଛାଡିଛନ୍ତି। ପୂର୍ବର ଏହି ବିଧାୟକମାନେ ଗୋଆର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କୁ ମଧ୍ୟ ଭେଟିଥିଲେ।

୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପାର ପୂର୍ବରୁ ୨୦ ଜଣ ବିଧାୟକ ଥିଲେ। ଆଠ ଜଣ କଂଗ୍ରେସ ବିଧାୟକ ଭାଜପାରେ ଯୋଗ ଦେବା ପରେ ବିଧାନସଭାରେ କଂଗ୍ରେସ ବିଧାୟକ ସଂଖ୍ୟା ୩ରେ ପହଞ୍ଚିଛି। ଏଥି ସହିତ ଭାଜପା ବିଧାୟକଙ୍କ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି।

ଏହା ବ୍ୟତୀତ ବିଧାନସଭାରେ ମହାରାଷ୍ଟ୍ରୱାଡି ଗୋମନ୍ତକ ପାର୍ଟିର ଦୁଇ ଜଣ ବିଧାୟକ। ଗୋଆ ଫରୱାର୍ଡ ପାର୍ଟିର ଜଣେ ବିଧାୟକ ଅଛନ୍ତି। ସେହିପରି ୬ ଜଣ ଅନ୍ୟ ବିଧାୟକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri