ଘନେଇଲା ସଙ୍କଟ, ଲକ୍ଷେ ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୩୦।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୮ ହଜାର ୮୧୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୪ ହଜାର ୫୦୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୯ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୦ ଥିଲା।

ଏହି ସମୟରେ ସକ୍ରିୟ ମାମଲା ପୁଣି ଲକ୍ଷେ ଟପିଛି।  ଗତ ୨୪ ଘଣ୍ଟାରେ ଏହା ୧ ଲକ୍ଷ ୪ ହଜାର ୫୫୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯୯ ହଜାର ୬୦୨ ଥିଲା। ସେହିପରି ୨୪ ଘଣ୍ଟାରେ ୧୩ ହଜାର ୮୨୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୧ ହଜାର ୫୭୪ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୧୧୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୪ ଲକ୍ଷ ୫୨ ହଜାର ୧୬୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୮ ଲକ୍ଷ ୨୨ ହଜାର ୪୯୩ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୩,୯୫୭ ଜଣ, କେରଳରେ ୪,୪୫୯ଜଣ, ଦିଲ୍ଲୀରେ ୧,୧୦୯ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୧,୮୨୭ ଜଣ, ହରିୟାଣାରେ ୬୨୦ ଜଣ, କର୍ନାଟକରେ ୧,୯୪୫ଜଣ, ପଶ୍ଚିମବଙ୍ଗରେ ୧,୪୨୪, ଉତ୍ତରପ୍ରଦେଶରେ ୫୪୬ ଜଣ, ତେଲେଙ୍ଗାନାରେ ୪୮୫, ଗୁଜରାଟରେ ୫୨୯, ଗୋଆରେ ୨୦୧ ଜଣ, ରାଜସ୍ଥାନରେ ୧୪୦ ଜଣ, ବିହାରରେ ୧୭୮ ଜଣ, ଛତିଶଗଡ଼ରେ ୧୨୬, ପଞ୍ଜାବରେ ୨୨୩ ଜଣ, ଆନ୍ଧ୍ରପ୍ରଦେଶରେ ୧୭୨ ଜଣ, ଓଡ଼ିଶାରେ ୧୫୫ ଜଣ, ହିମାଚଳପ୍ରଦେଶରେ ୧୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୭ କୋଟି ୬୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri