ଘନେଇଲା ସଙ୍କଟ, ୧୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୪।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୧୭ ହଜାର ୩୩୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୩ ହଜାର ୩୧୩ ରହିଥିଲା।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୮ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ୮୮ ହଜାର ଟପିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଲକ୍ଷେ ଟପିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ଏହା ୮୮ ହଜାର ୨୮୪ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୩ ହଜାର ୨୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହି ସଂଖ୍ୟା ୧୦ ହଜାର ୯୭୨ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୯୫୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୩ ଲକ୍ଷ ୬୨ ହଜାର ୨୯୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୭ ଲକ୍ଷ ୪୯ ହଜାର ୫୬ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୬ କୋଟି ୮୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୫,୨୧୮ ଜଣ, କେରଳରେ ୩,୮୯୦ଜଣ, ଦିଲ୍ଲୀରେ ୧,୯୩୪ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୧,୦୬୩ ଜଣ, ହରିୟାଣାରେ ୮୭୨ ଜଣ, କର୍ନାଟକରେ ୮୫୮ ଜଣ, ପଶ୍ଚିମବଙ୍ଗରେ ୭୪୫, ଉତ୍ତରପ୍ରଦେଶରେ ୬୩୪ ଜଣ, ତେଲେଙ୍ଗାନାରେ ୪୯୪, ଗୁଜରାଟରେ ୪୧୬, ଗୋଆରେ ୧୫୧ ଜଣ, ରାଜସ୍ଥାନ ୧୩୫ ଜଣ, ବିହାରରେ ୧୧୬ ଜଣ, ଛତିଶଗଡ଼ ୧୧୪, ପଞ୍ଜାବ ୧୧୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri