ଘନେଇଲା ସଙ୍କଟ, ୧୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୪।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୧୭ ହଜାର ୩୩୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୩ ହଜାର ୩୧୩ ରହିଥିଲା।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୮ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ୮୮ ହଜାର ଟପିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଲକ୍ଷେ ଟପିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ଏହା ୮୮ ହଜାର ୨୮୪ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୩ ହଜାର ୨୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହି ସଂଖ୍ୟା ୧୦ ହଜାର ୯୭୨ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୯୫୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୩ ଲକ୍ଷ ୬୨ ହଜାର ୨୯୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୭ ଲକ୍ଷ ୪୯ ହଜାର ୫୬ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୬ କୋଟି ୮୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୫,୨୧୮ ଜଣ, କେରଳରେ ୩,୮୯୦ଜଣ, ଦିଲ୍ଲୀରେ ୧,୯୩୪ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୧,୦୬୩ ଜଣ, ହରିୟାଣାରେ ୮୭୨ ଜଣ, କର୍ନାଟକରେ ୮୫୮ ଜଣ, ପଶ୍ଚିମବଙ୍ଗରେ ୭୪୫, ଉତ୍ତରପ୍ରଦେଶରେ ୬୩୪ ଜଣ, ତେଲେଙ୍ଗାନାରେ ୪୯୪, ଗୁଜରାଟରେ ୪୧୬, ଗୋଆରେ ୧୫୧ ଜଣ, ରାଜସ୍ଥାନ ୧୩୫ ଜଣ, ବିହାରରେ ୧୧୬ ଜଣ, ଛତିଶଗଡ଼ ୧୧୪, ପଞ୍ଜାବ ୧୧୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?