ସଙ୍କଟ ଘନେଇଲା: ଦୈନିକ ସଂକ୍ରମଣ ୨ ହଜାର ଟପିଲା, ସକ୍ରିୟ ମାମଲା ୧୧ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୯।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ସକ୍ରିୟ ମାମଲା ୧୧ ହଜାର ଟପିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୨,୧୫୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୫୭୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୧ହଜାର ଟପିଛି। ଏହା ୧୧ ହଜାର ୯୦୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୦ ହଜାର ୯୮୧ ଥିଲା। ସେହିପରି ୨୪ ଘଣ୍ଟାରେ ୧,୨୨୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮୮୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୪୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୯ ହଜାର ୬୭୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୬ ହଜାର ୯୨୫ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୭୯ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୨ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୧.୩୦ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୧.୪୭ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଦେଶର ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଥିବାବେଳେ ୬୩ ଜିଲାରେ ଏହା ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି।

ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରୁ କରୋନାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ଇନସାକୋଗ ତଥ୍ୟ ଅନୁଯାୟୀ, ସମଗ୍ର ଦେଶରେ ଏକ୍ସବିବି-୧.୧୬ ଭାରିଆଣ୍ଟର ୬୧୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସତର୍କତା ଦୃଷ୍ଟିରୁ ଜେନୋମ ସିକ୍ୱେନ୍ସି ଉପରେ ଗୁରୁତ୍ୱ ଦେବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ କହିଛନ୍ତି। ସର୍ବାଧିକ ସଂଖ୍ୟକ କରୋନା ମାମଲା ମହାରାଷ୍ଟ୍ର ଏବଂ ଗୁଜରାଟରେ ଦେଖିବାକୁ ମିଳିଛି।

ଦେଶରେ କରୋନାଭାଇରସ ଏବଂ ଫ୍ଲୁ ସଂକ୍ରମଣ ବୃଦ୍ଧି ମଧ୍ୟରେ କେନ୍ଦ୍ର ଦ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଆଡଭାଇଜରୀ ଜାରି କରିଉନ୍ତି। ଏଥିରେ କରୋନା ପାଇଁ ସ୍ଥିର ହୋଇଥିବା ସୁରକ୍ଷା ପ୍ରୋଟୋକଲକୁ ଅନୁସରଣ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଲୋକଙ୍କୁ ମନ୍ତ୍ରଣାଳୟ ପରାମର୍ଶ ଦେଇଛି। ଏହା ସହିତ ଛିଙ୍କିବା କିମ୍ବା କାଶିବା ସମୟରେ ନାକ ଏବଂ ପାଟି ଘୋଡାଇବା ପାଇଁ ରୁମାଲ / ଟିସୁ ବ୍ୟବହାର କରିବାକୁ ମଧ୍ୟ କୁହାଯାଇଛି। ହାତର ସ୍ବଚ୍ଛତା ବଜାୟ ରଖିବା ପାଇଁ ବାରମ୍ବାର ହାତ ଧୋଇବା ପାଇଁ ପରାମର୍ଶ ଦିଆଯାଇଛି। ଏହା ସହିତ ଲୋକଙ୍କୁ ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ ମଧ୍ୟ ମନା କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ପରୀକ୍ଷାକୁ ବୃଦ୍ଧି କରିବା ଏବଂ ଏହାର ଲକ୍ଷଣ ବିଷୟରେ ଶୀଘ୍ର ସୂଚନା ଦେବାକୁ କୁହାଯାଇଛି। ଏହା ସହିତ ଶ୍ୱାସକ୍ରିୟା ରୋଗରେ ପୀଡିତ ହେଲେ ବ୍ୟକ୍ତିଗତ ସମ୍ପର୍କକୁ ସୀମିତ ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସଂକ୍ରମଣ ବୃଦ୍ଧି ମାମଲାକୁ ଦୃଷ୍ଟିରେ ରଖି ୧୦ ଏବଂ ୧୧ ଏପ୍ରିଲରେ ଜାତୀୟ ସ୍ତରରେ ଏକ ମକ ଡ୍ରିଲ ଆୟୋଜନ କରାଯିବ ଏବଂ ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ନଜର ରଖାଯିବ। ମକ ଡ୍ରିଲରେ ଆଇସିୟୁ ଶଯ୍ୟା, ଚିକିତ୍ସା ଉପକରଣ, ଅମ୍ଳଜାନ ଏବଂ ମାନବ ଶକ୍ତି ଉପଲବ୍ଧ କରାଯିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri