ସଙ୍କଟ ଘନେଇଲା: ଦୈନିକ ସଂକ୍ରମଣ ୨ ହଜାର ଟପିଲା, ସକ୍ରିୟ ମାମଲା ୧୧ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୯।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ସକ୍ରିୟ ମାମଲା ୧୧ ହଜାର ଟପିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୨,୧୫୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୫୭୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୧ହଜାର ଟପିଛି। ଏହା ୧୧ ହଜାର ୯୦୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୦ ହଜାର ୯୮୧ ଥିଲା। ସେହିପରି ୨୪ ଘଣ୍ଟାରେ ୧,୨୨୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮୮୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୪୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୯ ହଜାର ୬୭୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୬ ହଜାର ୯୨୫ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୭୯ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୨ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୧.୩୦ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୧.୪୭ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଦେଶର ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଥିବାବେଳେ ୬୩ ଜିଲାରେ ଏହା ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି।

ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରୁ କରୋନାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ଇନସାକୋଗ ତଥ୍ୟ ଅନୁଯାୟୀ, ସମଗ୍ର ଦେଶରେ ଏକ୍ସବିବି-୧.୧୬ ଭାରିଆଣ୍ଟର ୬୧୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସତର୍କତା ଦୃଷ୍ଟିରୁ ଜେନୋମ ସିକ୍ୱେନ୍ସି ଉପରେ ଗୁରୁତ୍ୱ ଦେବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ କହିଛନ୍ତି। ସର୍ବାଧିକ ସଂଖ୍ୟକ କରୋନା ମାମଲା ମହାରାଷ୍ଟ୍ର ଏବଂ ଗୁଜରାଟରେ ଦେଖିବାକୁ ମିଳିଛି।

ଦେଶରେ କରୋନାଭାଇରସ ଏବଂ ଫ୍ଲୁ ସଂକ୍ରମଣ ବୃଦ୍ଧି ମଧ୍ୟରେ କେନ୍ଦ୍ର ଦ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଆଡଭାଇଜରୀ ଜାରି କରିଉନ୍ତି। ଏଥିରେ କରୋନା ପାଇଁ ସ୍ଥିର ହୋଇଥିବା ସୁରକ୍ଷା ପ୍ରୋଟୋକଲକୁ ଅନୁସରଣ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଲୋକଙ୍କୁ ମନ୍ତ୍ରଣାଳୟ ପରାମର୍ଶ ଦେଇଛି। ଏହା ସହିତ ଛିଙ୍କିବା କିମ୍ବା କାଶିବା ସମୟରେ ନାକ ଏବଂ ପାଟି ଘୋଡାଇବା ପାଇଁ ରୁମାଲ / ଟିସୁ ବ୍ୟବହାର କରିବାକୁ ମଧ୍ୟ କୁହାଯାଇଛି। ହାତର ସ୍ବଚ୍ଛତା ବଜାୟ ରଖିବା ପାଇଁ ବାରମ୍ବାର ହାତ ଧୋଇବା ପାଇଁ ପରାମର୍ଶ ଦିଆଯାଇଛି। ଏହା ସହିତ ଲୋକଙ୍କୁ ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ ମଧ୍ୟ ମନା କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ପରୀକ୍ଷାକୁ ବୃଦ୍ଧି କରିବା ଏବଂ ଏହାର ଲକ୍ଷଣ ବିଷୟରେ ଶୀଘ୍ର ସୂଚନା ଦେବାକୁ କୁହାଯାଇଛି। ଏହା ସହିତ ଶ୍ୱାସକ୍ରିୟା ରୋଗରେ ପୀଡିତ ହେଲେ ବ୍ୟକ୍ତିଗତ ସମ୍ପର୍କକୁ ସୀମିତ ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସଂକ୍ରମଣ ବୃଦ୍ଧି ମାମଲାକୁ ଦୃଷ୍ଟିରେ ରଖି ୧୦ ଏବଂ ୧୧ ଏପ୍ରିଲରେ ଜାତୀୟ ସ୍ତରରେ ଏକ ମକ ଡ୍ରିଲ ଆୟୋଜନ କରାଯିବ ଏବଂ ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ନଜର ରଖାଯିବ। ମକ ଡ୍ରିଲରେ ଆଇସିୟୁ ଶଯ୍ୟା, ଚିକିତ୍ସା ଉପକରଣ, ଅମ୍ଳଜାନ ଏବଂ ମାନବ ଶକ୍ତି ଉପଲବ୍ଧ କରାଯିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri