Posted inଜାତୀୟ

ଦିଦିଙ୍କ ଉପରେ ସଙ୍କଟ, ପ୍ରାର୍ଥୀପତ୍ର ନାକଚ ହେବା ଆଶଙ୍କା…

କୋଲକାତା,୧୪।୯: ପଶ୍ଚିମବଙ୍ଗ ଭବାନୀପୁର ବିଧାନସଭା ଆସନରେ ସେପ୍ଟେମ୍ବର ୩୦ରେ ଉପ ନିର୍ବାଚନ ହେବ। ଏହି ଆସନ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତେବେ ଏବେ ଦିଦିଙ୍କ ଉପରେ ସଙ୍କଟ ଦେଖାଦେଇଛି। ତାଙ୍କ ପ୍ରାର୍ଥୀପତ୍ର ନାକଚ ହେବାର ସ୍ଥିତି ଉପୁଜିଛି।

ମୁଖ୍ୟମନ୍ତ୍ରୀ ନାମାଙ୍କନ ପତ୍ରର ସତ୍ୟପାଠରେ ତାଙ୍କ ବିରୋଧରେ ଥିବା ୫ଟି ପୋଲିସ ମାମଲା ସମ୍ପର୍କରେ ଉଲ୍ଲେଖ କରି ନ ଥିବା ଭାଜପା ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ  ଭାଜପା ପ୍ରାର୍ଥୀ ପ୍ରିୟଙ୍କା ଟିବରିଓ୍ବାଲ ରିଟର୍ନିଂ ଅଫିସରଙ୍କ ନିକଟରେ ଅଭିଯୋଗ ଦାଖଲ କରିଛନ୍ତି।

ଏସବୁ ମାମଲା ମମତାଙ୍କ ବିରୋଧରେ ଆସାମରେ ଦାଏର ହୋଇଥିଲା। ଏପ୍ରିଲ୍‌-ମେ’ରେ ହୋଇଥିବା ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ମଧ୍ୟ ଏସବୁ ମାମଲା ମମତାଙ୍କ ବିରୋଧରେ ରହିଥିବା କୁହାଯାଉଛି। ଯଦି ଏ ସମ୍ପର୍କରେ ମମତାଙ୍କ ବିରୋଧରେ ପଦକ୍ଷେପ ଗ୍ରହଣ କରାଯାଏ ତେବେ ସେ ମୁଖ୍ୟମନ୍ତ୍ରୀ ପଦରୁ ହଟିବା ପ୍ରାୟ ନିଶ୍ଚିତ। ଗତ ବିଧାନସଭା ନିର୍ବାଚନରେ ସେ ନନ୍ଦିଗ୍ରାମ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ପରାଜିତ ହୋଇଥିଲେ। ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ୬ ମାସ ମଧ୍ୟରେ ତାଙ୍କୁ ବିଧାନସଭା ଆସନରୁ ନିର୍ବାଚିତ ହେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri