Posted inଜାତୀୟ

ହେମନ୍ତଙ୍କ ବିଧାନସଭା ସଦସ୍ୟତା ନେଇ ସଙ୍କଟ…

ରାଞ୍ଚି, ୨୫।୮ : ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାନସଭା ସଦସ୍ୟତା ନେଇ ସଙ୍କଟ ସୃଷ୍ଟି ହୋଇଛି। ହେମନ୍ତଙ୍କ ସଦସ୍ୟତା ରଦ୍ଦ କରିବା ସମ୍ପର୍କିିତ ରାୟ ନିର୍ବାଚନ ଆୟୋଗ ରାଜ୍ୟପାଳଙ୍କ ନିକଟକୁ ପଠାଇଛନ୍ତି। ଲାଭ ଜନକ ପଦବୀ ଅଭିଯୋଗ ଉପରେ ନିର୍ବାଚନ ଆୟୋଗ ମଧ୍ୟ ନିଜର ମତ ପଠାଇଛନ୍ତି।

ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଚଳିତ ବର୍ଷ ଫେବୃଆରୀରେ ଦାବି କରିଥିଲେ ଯେ ହେମନ୍ତ ତାଙ୍କ ପଦର ଅପବ୍ୟବହାର କରି ନିଜକୁ ଖଣି ଲିଜ ପ୍ରଦାନ କରିଛନ୍ତି, ଯାହା ଉଭୟ ସ୍ବାର୍ଥ ଏବଂ ଦୁର୍ନୀତିକୁ ଅନ୍ତର୍ଭୁକ୍ତ କରାଯାଇଛି। ସେ ଲୋକ ପ୍ରତିନିଧୀ ନିୟମର ନିୟମ ଉଲ୍ଲଂଘନ କରିଥିବା ମଧ୍ୟ ଅଭିଯୋଗ କରିଛନ୍ତି। ଏହି ବିବାଦକୁ ଦୃଷ୍ଟିରେ ରଖି ନିର୍ବାଚନ ଆୟୋଗ ମେ ମାସରେ ହେମନ୍ତଙ୍କୁ ଖଣି ଲିଜ୍‌ ନେଇ ନିଜର ପକ୍ଷ ରଖିବାକୁ ନୋଟିସ ପଠାଇଥିଲେ।

ନିର୍ବାଚନ ଆୟୋଗ ସୂତ୍ରରୁ ପ୍ରକାଶ ଯେ ଖଣି ଲିଜର ମାଲିକାନା ଲୋକ ପ୍ରତିନିଧୀ ଅଧିନିୟମ, ୧୯୫୧ ର ଧାରା ୯-ଏକୁ ଉଲ୍ଲଂଘନ କରିଥାଏ, ଯାହା ସରକାରୀ ଚୁକ୍ତିନାମା ପାଇଁ ଅଯୋଗ୍ୟତା ସହିତ ଜଡିତ। ନିର୍ବାଚନ ଆୟୋଗଙ୍କ ନିକଟରେ ମାମଲା ବିଚାରାଧୀନ ଅଛି। ଖଣି ଲିଜ ପ୍ରଦାନ ତଥା ଅନିୟମିତତା ଘଟଣାର ଯାଞ୍ଚ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରିବାର ସଦସ୍ୟ ଏବଂ ସହଯୋଗୀଙ୍କ ସହ ଜଡିତ ଥିବା କେତେକ କମ୍ପାନୀର କାରବାର ସମ୍ପର୍କରେ ଅନୁସନ୍ଧାନ କରିବାକୁ ଝାଡଖଣ୍ଡ ହାଇକୋର୍ଟରେ ଆବେଦନ କରାଯାଇଥିଲା। ଜୁନ ୩ରେ ଅଦାଲତ କହିଥିଲେ କୋର୍ଟଙ୍କ ରାୟ ହେଉଛି ଯେ, ରିଟ୍‌ ପିଟିଶନକୁ ଆବେଦନକୁ ବିଚାରଣୀୟତା ଆଧାରରେ ଖାରଜ କରାଯାଇପାରିବ ନାହିଁ ଏବଂ ଯୋଗ୍ୟତା ଅନୁଯାୟୀ କୋର୍ଟ ମାମଲାର ଶୁଣାଣି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri