କ୍ରିସ୍ପି କର୍ନ

ଆବଶ୍ୟକ ସାମଗ୍ରୀ: ସ୍ବିଟ୍‌ କର୍ନ- ୧ କପ୍‌, ମଇଦା- ୨ ଚାମଚ, କର୍ନଫ୍ଲୋର- ୨ ଚାମଚ, ଗୋଲମରିଚ ପାଉଡର- ଅଧା ଚାମଚ, ଅଦା ରସୁଣ ପେଷ୍ଟ- ଅଧା ଚାମଚ, କଟା ପିଆଜ- ୨ ଚାମଚ, ତେଲ- ୨ ଚାମଚ, କଟା କଞ୍ଚାଲଙ୍କା-୨ଟି, ଶୁଖିଲା ଲଙ୍କା- ୨ଟି, ଟମାଟୋ ସସ୍‌, ଚିଲି ସସ୍‌, ସୋୟା ସସ୍‌- ୧/୪ ଚାମଚ, କ୍ୟାପ୍ସିକମ୍‌- ଗୋଟେ, ଲୁଣ – ଆବଶ୍ୟକ ଅନୁସାରେ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ କର୍ନ, ମଇଦା, କର୍ନଫ୍ଲୋର, ଲୁଣ, ଗୋଲମରିଚ ପାଉଡର ଓ ସେଥିରେ ସାମାନ୍ୟ ପାଣି ଦେଇ ଭଲଭାବେ ଘାଣ୍ଟି ଏକ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏବେ ଗ୍ୟାସ୍‌ରେ ଏକ ପ୍ୟାନ୍‌ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେଲା ପରେ ସେଥିରେ ମିଶ୍ରଣକୁ ପକାନ୍ତୁ ଏବଂ କର୍ନଗୁଡ଼ିକ ଗୋଲ୍ଡେନ କଲର ହେବା ଯାଏଁ ଭଲ ଭାବେ ଘାଣ୍ଟନ୍ତୁ। ଏବେ ଏହାକୁ ଏକ ଟିସୁ ପେପରକୁ ବାହାରକରି ନିଅନ୍ତୁ। ଅନ୍ୟପଟେ ଆଉ ଏକ ପ୍ୟାନ୍‌ ନେଇ ତେଲ ଗରମକରି ସେଥିରେ ପିଆଜ, ଅଦା ରସୁଣ ପେଷ୍ଟ, କଞ୍ଚାଲଙ୍କା, ଶୁଖିଲା ଲଙ୍କା, କ୍ୟାପ୍ସିକମ୍‌ ପକାଇ ଅଳ୍ପ ସମୟ ପାଇଁ ଭାଜି ଦିଅନ୍ତୁ। ସେଥିରେ ପ୍‌ୂର୍ବ ପ୍ରସ୍ତୁତ କର୍ନ, ଅଳ୍ପ ଟମାଟୋ ସସ୍‌, ଚିଲି ସସ୍‌, ସୋୟା ସସ୍‌ ଓ ସ୍ବାଦ ଅନୁସାରେ ଲୁଣ ପକାଇ କିଛି ସମୟ ପାଇଁ ଭାଜନ୍ତୁ। ଏବେ ଏହାକୁ ଏକ ପାତ୍ରକୁ ବାହାରକରି ପରଷି ଦିଅନ୍ତୁ କ୍ରିସ୍ପି କର୍ନ। ଏହାକୁ ଆପଣ ଟି’ ସହ ସ୍ନାକ୍ସ ଭାବେ ଖାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri