Posted inଖେଳ

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ ଆୟୋଜିତ ଏକ ବ୍ୟକ୍ତିଗତ ଉତ୍ସବରେ ସେମାନଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ସ୍ବତନ୍ତ୍ର ଅବସରରେ ସେମାନଙ୍କ ୫ ଛୁଆ ଉପସ୍ଥିତ ଥିଲେ। ରୋନାଲ୍ଡୋ ଓ ରୋଡ୍ରିଗୁଏଜ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ବିବାହ ସୂଚନା ଦେଇଛନ୍ତି, ଯେଉଁଥିରେ ସେମାନେ ବିବାହ ମୁଦି ପ୍ରଦର୍ଶିତ କରୁଛନ୍ତି। ଦୀର୍ଘ ୧୦ ବର୍ଷ ଧରି ଏକାଠି ରହିବା ପରେ ଏହି ଦମ୍ପତି ଆନୁଷ୍ଠାନିକ ଭାବେ ବିବାହ କରିଛନ୍ତି। ୨୦୧୬ରେ ମାଡ୍ରିଡ୍‌ର ଏକ ଷ୍ଟୋରରେ ପରସ୍ପରକୁ ଭେଟିବା ପରଠାରୁ ରିଲେଶନରେ ଥିଲେ। ଗତବର୍ଷ ସମାନ ତାରିଖରେ ସେମାନଙ୍କ ନିର୍ବନ୍ଧ ହୋଇଥିଲା। ସେମାନଙ୍କର ଆଲାନା ଓ ବେଲା ନାମକ ଦୁଇ ଝିଅ ରହିଛନ୍ତି। ଏଥିସହିତ ସେମାନେ ରୋନାଲ୍ଡୋଙ୍କ ଅନ୍ୟ ୩ ଛୁଆ କ୍ରିଷ୍ଟିଆନୋ ଜୁନିୟର (ତାଙ୍କ ମା’ଙ୍କ ପରିଚୟ ବ୍ୟକ୍ତିଗତ ଗୋପନୀୟତା ସର୍ତ୍ତ ଅନୁଯାୟୀ ପ୍ରକାଶ କରାଯାଇନାହିଁ), ଯାଆଁଳା ଝିଅ-ପୁଅ ଇଭା ମାରିଆ ଓ ମାଟେଓଙ୍କର ଲାଳନ ପାଳନ କରିଛନ୍ତି। ଜୁନ୍‌ ୨୦୧୭ରେ ରୋନାଲ୍ଡୋ ସରୋଗେସି ଜରିଆରେ ଦୁଇ ଯାଆଁଳା ଛୁଆଙ୍କ ବାପା ହୋଇଥିଲେ। ହେଲେ ୨୦୨୨ରେ ବେଲାଙ୍କର ଯାଅଁାଳା ଭାଇ ଆଞ୍ଜେଲଙ୍କର ଜନ୍ମ ସମୟରେ ମୃତ୍ୟୁ ଘଟିଥିଲା। ଉଲ୍ଲେଖଯୋଗ୍ୟ, ୫ ଥର ବାଲୋନ ଡି’ ଅର ପୁରସ୍କାର ବିଜେତା ୪୧ ବର୍ଷୀୟ ରୋନାଲ୍ଡୋ ଏବେ ଅଲ-ନାସର ପାଇଁ ଖେଳୁଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?