Posted inଖେଳ

ଇତିହାସ ରଚିଲେ ରୋନାଲ୍ଡୋ

କାତାର,୨୫।୧୧: ପର୍ତ୍ତୁଗାଲର ତାରକା ଷ୍ଟ୍ରାଇକର ତଥା ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋ ଇତିହାସ ସୃଷ୍ଟି କରିଛନ୍ତି। ସେ ଫିଫା ବିଶ୍ୱକପର ପାଞ୍ଚଟି ସଂସ୍କରଣରେ ଗୋଲ ସ୍କୋର କରିବାରେ ଦୁନିଆର ପ୍ରଥମ ଖେଳାଳି ହୋଇଛନ୍ତି। ଘାନା ବିପକ୍ଷ ମ୍ୟାଚ୍‌ରେ ସେ ଏହି କୀର୍ତ୍ତିମାନ ହାସଲ କରିଥିଲେ। ଏହା ଏକ ରେକର୍ଡ ଲିଓନେଲ ମେସି, ମାରାଡୋନା ଏବଂ ପେଲେ ଭଳି କିମ୍ବଦନ୍ତୀ ମଧ୍ୟ ହାସଲ କରିପାରି ନ ଥିଲେ। ରୋନାଲ୍ଡୋ ଏହା ପୂର୍ବରୁ ୨୦୦୬, ୨୦୧୦, ୨୦୧୪, ୨୦୧୮ ଫିଫା ବିଶ୍ୱକପରେ ମଧ୍ୟ ଗୋଲ ସ୍କୋର କରିଛନ୍ତି। ଫିଫା ବିଶ୍ୱକପରେ ଏହା ରୋନାଲ୍ଡୋଙ୍କ ୧୮ ତମ ମ୍ୟାଚ ଥିଲା ଏବଂ ସେ ସମସ୍ତ ବିଶ୍ୱକପରେ ୮ ଗୋଲ ସ୍କୋର କରିଥିଲେ।
ଫିଫା ବିଶ୍ୱକପ୍‌ରେ ରୋନାଲ୍ଡୋ ତାଙ୍କ ଦେଶ ପାଇଁ ସର୍ବକନିଷ୍ଠ ଏବଂ ବୟୋଜ୍ୟେଷ୍ଠ ଗୋଲ ସ୍କୋରର ହୋଇଥିଲେ। ସେ ଏହା କରିବାରେ ଦୁନିଆର ତୃତୀୟ ଖେଳାଳି ଅଟନ୍ତି। ଏହାପୂର୍ବରୁ କ୍ରୋଏସିଆର ଆଇଭିସା ଅଲିଚ ଏବଂ ଡେନମାର୍କର ମାଇକେଲ ଲାଡ୍ରୁପ ଏହା କରିଛନ୍ତି।
ପ୍ରମୁଖ ଟୁର୍ନାମେଣ୍ଟ ଅର୍ଥାତ୍‌ ଫିଫା ବିଶ୍ୱକପ ଏବଂ ୟୁରୋ କପ ସହିତ ୧୪ଟି ମ୍ୟାଚରେ ରୋନାଲ୍ଡୋ ୧୩ ଗୋଲ ସ୍କୋର କରିଛନ୍ତି। ଏହା ବ୍ୟତୀତ ସେ ତିନିଟି ଭିନ୍ନ ବିଶ୍ୱକପ୍‌ରେ ପେନାଲ୍ଟି ସ୍କୋର କରିବାରେ ବିଶ୍ୱର ପ୍ରଥମ ଖେଳାଳି ହୋଇଥିଲେ। ଚଳିତ ବିଶ୍ୱକପ୍‌ରେ ରୋନାଲ୍ଡୋଙ୍କ ପର୍ତ୍ତୁଗାଲ ଦଳ ଏକ ରୋମାଞ୍ଚକର ମ୍ୟାଚରେ ଘାନାକୁ ୩-୨ରେ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri