Posted inଜାତୀୟ

ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍‌ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ

ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ ଅଫ ୩୨ରେ କ୍ରୋଏସିଆ ବିପକ୍ଷରେ ଗୋଲ ଦେଇ ଇତିହାସ ରଚିଥିଲେ। ପରବର୍ତ୍ତୀ ମ୍ୟାଚ ପୂର୍ବରୁ ରୋନାଲ୍ଡୋ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ଭେନେଜୁଏଲା ଭୂକମ୍ପ ପୀଡିତଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ଶେୟାର କରି ଭାବପ୍ରବଣ ହୋଇପଡ଼ିଛନ୍ତି ରୋନାଲ୍ଡୋ।

ଜୁନ ୨୪ରେ ଭେନେଜୁଏଲାରେ ହୋଇଥିବା ଭୂକମ୍ପରେ ହଜାର ହଜାର ଲୋକ ମୃତ୍ୟୁବରଣ କରିଥିଲେ ଏବଂ ଅନେକ ସେମାନଙ୍କ ପରିବାର ସଦସ୍ୟଙ୍କୁ ହରାଇଥିଲେ। ଏହି ଦୁଃଖଦ ଘଟଣା ନିକଟରୁ ଦେଖିଥିବା ଲୋକଙ୍କ ମଧ୍ୟରେ ଆଣ୍ଡ୍ରେସ ମିଲେସ ମଧ୍ୟ ଥିଲେ। ଛୋଟ ପିଲାଟି ଭୂକମ୍ପରେ ତାଙ୍କ ପରିବାରକୁ ହରାଇଥିଲେ। କିନ୍ତୁ ସେ ଅଳ୍ପକେ ବଞ୍ଚିଯାଇଥିଲେ। ଚିକିତ୍ସା ସମୟରେ ଡାକ୍ତରମାନଙ୍କୁ ତାଙ୍କର ଗୋଟିଏ ଗୋଡ଼ କାଟିବାକୁ ପଡିଲା। ତାଙ୍କ କାହାଣୀ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ସେ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ‘ପାନିନି ବିଶ୍ୱକପ ଷ୍ଟିକର’ ପାଇବାକୁ ଇଚ୍ଛା ପ୍ରକାଶ କରିଥିଲେ। ରୋନାଲ୍ଡୋ ଏହା ଜାଣିବା ମାତ୍ରେ ଆଣ୍ଡ୍ରେସଙ୍କ ପାଇଁ ଏକ ସ୍ବତନ୍ତ୍ର ଭିଡିଓ ବାର୍ତ୍ତା ଶେୟାର କରିଛନ୍ତି।
ରୋନାଲ୍ଡୋ କହିଛନ୍ତି, ହ୍ୟାଲୋ ଆଣ୍ଡ୍ରେସ, ମୁଁ ତୁମକୁ ଆଲିଙ୍ଗନ ପଠାଇବା ପାଇଁ ଏହି ଭିଡିଓ ପ୍ରସ୍ତୁତ କରୁଛି। ମୁଁ ଜାଣେ ତୁମେ ମୋର ଜଣେ ସୁପରଫ୍ୟାାନ। ତୁମେ ସୁସ୍ଥ ହେବା ପରେ, ମୁଁ ତୁମକୁ ମୋର ଗୋଟିଏ ମ୍ୟାଚ ଦେଖିବାକୁ ଷ୍ଟାଡିୟମକୁ ନିମନ୍ତ୍ରଣ କରିବାକୁ ଚାହୁଁଛି। ତୁମକୁ ଭେଟି ତୁମକୁ ଆଲିଙ୍ଗନ କରିବା ସହ ଖୁସିର କଥା ହେବା।
ରିପୋର୍ଟ ଅନୁସାରେ, କ୍ରିଷ୍ଟିଆନୋ ରୋନାଲ୍ଡୋ ଆଣ୍ଡ୍ରେସଙ୍କ କାହାଣୀରେ ଗଭୀର ଭାବରେ ପ୍ରଭାବିତ ହୋଇଥିଲେ। ତାଙ୍କୁ ଏକ ହସ୍ତାକ୍ଷରିତ ପର୍ତ୍ତୁଗାଲ ଦଳର ଜର୍ସି ପଠାଇବାକୁ ନିଷ୍ପତ୍ତି ନେଇଥିଲେ। ଭୂକମ୍ପ ପରେ ଆଣ୍ଡ୍ରେସ ଧ୍ୱଂସାବଶେଷ ତଳେ ଫସି ରହିଥିବା ଦେଖିବାକୁ ମିଳିଥିଲା। ଯଦିଓ ସେ ବଞ୍ଚି ଯାଇଥିଲେ, ଡାକ୍ତରମାନେ ତାଙ୍କ ଚିକିତ୍ସା ସମୟରେ ତାଙ୍କର ଗୋଟିଏ ଗୋଡ଼ କାଟିବାକୁ ବାଧ୍ୟ ହୋଇଥିଲେ। ଏହି ବିପର୍ଯ୍ୟୟରେ ପୁଅଟି ତାଙ୍କ ପରିବାରକୁ ମଧ୍ୟ ହରାଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକର ଫାଇନାଲ ମ୍ୟାଚ୍‌: ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଲା ଶ୍ରୀଲଙ୍କା

ଦୋହା,୨୯।୧୧: Asia Cup Rising Stars 2026 ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ଅତ୍ୟନ୍ତ ରୋମାଞ୍ଚକପୂର୍ଣ୍ଣ ହୋଇଥିଲା। ଯେଉଁଥିରେ ଶ୍ରୀଲଙ୍କା ‘ଏ’ (Sri Lanka ’A’) ଦଳ ପାକିସ୍ତାନ…

ଝାଡ଼ଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା: ୧୩ ମୃତ, ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ରାଞ୍ଚି,୨୯ା୧୧: ଝାଡ଼ଖଣ୍ଡର ରାମଗଡ଼ ଜିଲାରେ ଦ୍ରୁତ ବେଗରେ ଆସୁଥିବା ଏକ ଏସ୍‌ୟୁଭି ଭାରୀ ଯାନକୁ ଧକ୍କା ଦେବାରୁ ୫ ପିଲା ଓ ୩ ମହିଳାଙ୍କ ସମେତ ୧୩…

ମହମ୍ମଦ ସିରାଜଙ୍କୁ ଅଣଦେଖା କରିବା ନେଇ ରାଗିଗଲେ ସୁନୀଲ ଗାଭାସ୍କର, ଟିମ୍ ଇଣ୍ଡିଆର ନିଷ୍ପତ୍ତିକୁ ନେଇ କହିଲେ….

ନୂଆଦିଲ୍ଲୀ,୨୯।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଟିମ୍ ଇଣ୍ଡିଆର ପ୍ରଦର୍ଶନ ଅପେକ୍ଷା ଦଳର କିଛି ନିଷ୍ପତ୍ତିକୁ ନେଇ ଅଧିକ ଚର୍ଚ୍ଚା ଓ ବିବାଦ ଦେଖାଦେଇଛି । ଟି-୨୦ ସିରିଜ୍‌ରେ ଯୁବ…

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଏକାଠି ବସି ମୋଦିଙ୍କ ବାର୍ତ୍ତା ଶୁଣିଲେ ଭାଜପା କାର୍ଯ୍ୟକର୍ତ୍ତା

ହାଟଡ଼ିହୀ/ଆନନ୍ଦପୁର/ଛେନାପଦୀ,୨୯।୧୧(ଶୁଭକାନ୍ତ ନାୟକ/ସୁଶାନ୍ତ ସାହୁ/ଶ୍ରୀଧର ମହାରଣା/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରବିବାର ବିଧାନସଭାସ୍ତରୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏକ ହୋଟେଲରେ ଯୁବମୋର୍ଚ୍ଚା…

ସୀମା ପୁନଃନିର୍ଦ୍ଧାରଣ ବିଲ୍‌ ପାଇଁ ସରକାରଙ୍କୁ ୩୭୧ ସାଂସଦଙ୍କ ସମର୍ଥନ! ଲୋକ ସଭା ଆସନ ୮୫୦କୁ ବଢ଼ାଇବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୨୯ା୧୧: ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ସହ ଜଡ଼ିତ ସମ୍ବିଧାନ ସଂଶୋଧନ ବିଲ୍‌ ଗୃହୀତ କରାଇବା ପାଇଁ ସୋମବାରଠାରୁ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଛି ।…

ଭୂସ୍ଖଳନରେ ୧୩ ଜୀବନ ହାନି, ଦୁର୍ଦ୍ଦିନରେ ଥିବା ଗିଡ଼ିପାବାଲି ପରିବାରଙ୍କୁ ପୁଣି ସହାୟତାର ହାତ ବଢ଼ାଇଲେ ଅସୀମା

ଭଞ୍ଜନଗର,୨୯।୧୧(ବାବୁଲା ପ୍ରଧାନ): ବାତ୍ୟା, ବର୍ଷାର ବିଭୀଷିକା ଥମିଯାଇଛି, ହେଲେ ଏହାର ଦୁଃଖଦ ଚିହ୍ନ ଏବେ ବି ଅନେକ ପରିବାରଙ୍କ ଜୀବନରେ ଲିଭିନାହିଁ। ଅନେକ ପରିବାର ସର୍ବସ୍ବ ହରାଇଥିବା…

କେରଳରୁ ଘରକୁ ଫେରୁଥିବା ବେଳେ ବିଜୟୱାଡ଼ାରୁ ନିଖୋଜ ଲାଞ୍ଜିଗଡ଼ର ଯୁବକ, ୧୦ ଦିନ ହେଲା ମିଳୁନି ପତ୍ତା

ଲାଞ୍ଜିଗଡ଼,୨୯।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ଯୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ ଖଟିବାକୁ…

ଗୁଡ଼ାରି ଡାକ୍ତରଖାନାରେ ନାହିଁ ଏକ୍ସ-ରେ ସୁବିଧା, ୪୫ କିମି ଦୂର ଯାଉଛନ୍ତି ରୋଗୀ

ଗୁଡାରି,୨୯।୧୧(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ (X-Ray) ସୁବିଧା ନଥିବାରୁ ରୋଗୀମାନେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?