ଆସୁଛି ବଡ଼ଦିନ: ଜମିଲାଣି ବେପାର

କଟକ ଅଫିସ,୨୨ା୧୨: ଆସନ୍ତା ୨୫ ତାରିଖରେ ବଡ଼ଦିନ। ହାତରେ ଆଉ ମାତ୍ର କେଇଟା ଦିନ। ଏହିଦିନ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଧରାବତରଣ ଉତ୍ସବ ପାଳନ ନେଇ ଖ୍ରୀଷ୍ଟ ଧର୍ମାବଲମ୍ବୀମାନଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଲୋକମାନେ ବଡ଼ଦିନକୁ ଜାକଜମକରେ ପାଳନ କରିବା ଲାଗି ଏବେଠୁ ଯୋଜନା ପ୍ରସ୍ତୁତ କରିସାରିଲେଣି। ବଜାରରେ ବଡ଼ଦିନର ସାମଗ୍ରୀ ଉପଲବ୍ଧ ହେଲାଣି। ମିଶନ ରୋଡ୍‌, ବକ୍ସିବଜାର, ଚଣ୍ଡୀ ଛକ, କଲେଜ ଛକ ସମେତ ସହରର ବିଭିନ୍ନ ଅଞ୍ଚଳରେ ବଡ଼ଦିନ ପାଇଁ ସ୍ବତନ୍ତ୍ର ଷ୍ଟଲ୍‌ ଖୋଲାଯାଇଛି। ବ୍ୟବସାୟୀମାନେ ବଡ଼ଦିନର ଆବଶ୍ୟକତାକୁ ଦୃଷ୍ଟିରେ ରଖି କମ୍‌ ମୂଲ୍ୟରୁ ଆରମ୍ଭ କରି ଦାମିକା ଯାଏ ସବୁ ପ୍ରକାରର ସାମଗ୍ରୀ ସଜେଇ ରଖିଛନ୍ତି। ଏଥିପାଇଁ ବେପାର ମଧ୍ୟ ଜମିଲାଣି। ବଜାର ଦର ଅନୁଯାୟୀ ଖ୍ରୀଷ୍ଟମାସ ଟ୍ରି ୬୦ରୁ ୩ ହଜାର ଟଙ୍କା ପର୍ଯ୍ୟନ୍ତ ରହିଛି। ସେହିପରି ସାନ୍ତାକ୍ଲଜ୍‌ ୧୦୦ରୁ ୧୦୦୦ ଟଙ୍କା, ସାନ୍ତାକ୍ଲଜ ପୋଷାକ ୪୦୦ରୁ ୧୨୦୦ ଟଙ୍କା, ଡେକୋରେଟିଭ ଷ୍ଟାର୍‌ ୧୦୦ରୁ ୭୦୦ ଟଙ୍କା, ଡିଜିଟାଲ ଷ୍ଟାର୍‌ ୧୦୦୦ରୁ ୫୦୦୦ ଟଙ୍କା, କେକ୍‌ ୧୫୦ରୁ ୨୦୦୦ ଟଙ୍କା ଓ ଘରସଜ୍ଜା ସାମଗ୍ରୀ ୪୦୦ରୁ ୨୦୦୦ ଟଙ୍କା ପର୍ଯ୍ୟନ୍ତ ରହିଛି। ସବୁବର୍ଗର ଲୋକେ ଯେପରି ଖୁସିରେ ବଡ଼ଦିନ ପାଳନ କରିବେ ସେନେଇ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri