ଗୁରୁତର ଉଦ୍ଧାର କିନ୍ନରଙ୍କ ଚାଲିଗଲା ଜୀବନ, ହତ୍ୟା ଅଭିଯୋଗ ଆଣିଲେ ସାଥୀ

ବଡବିଲ,୧୮।୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଲାଣୀ ଥାନା ଅଧୀନ ଡର୍ବି ଛକରୁ ଗତ ସୋମବାର ସନ୍ଧ୍ୟାରେ ବଡବିଲ ଷ୍ଟେଶନ ରୋଡ ଅଞ୍ଚଳରେ ରହୁଥିବା କିନ୍ନର ସିନୁ ନାଏକ(୩୫)ଙ୍କୁ ମୁମୂର୍ଷୁ ଅବସ୍ଥାରେ ବଲାଣୀ ପୋଲିସ ଉଦ୍ଧାର କରିଥିଲା। ବୁଧବାର କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ସିନୁଙ୍କ ମୃତ୍ୟୁ ଘଟିଛି। ଏ ନେଇ ବଲାଣି ଥାନାରେ ଏକ ଏତଲା ଦିଆଯାଇଛି। ମୃତ ସିନୁଙ୍କ ସାଥୀ ବୁଧୁରାମଙ୍କ ଏତଲା ଅନୁଯାୟୀ ବଲାଣି ପୋଲିସ ଏକ ହତ୍ୟା ମାମଲା(ନଂ.୪୦/୨୦୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ବୁଧୁରାମଙ୍କ ଅଭିଯୋଗ ଅନୁଯାୟୀ, ଗତ ସୋମବାର ଅପରାହ୍ନରେ ଡର୍ବିଠାରେ ହେଉଥିବା ମକର ମେଳା ବୁଲିବାକୁ ସିନୁ ଯାଇଥିଲେ। ସନ୍ଧ୍ୟାରେ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ପୋଲିସ ଉଦ୍ଧାର ପରେ ପ୍ରଥମେ ବଡବିଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ଅବସ୍ଥା ସଂକଟାପନ୍ନ ହେବାରୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ସିନୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ସିନୁଙ୍କ ମୁଣ୍ଡ ଏବଂ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବାରୁ ତାଙ୍କୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରାଯାଇଥିବା ବୁଧୁରାମ ଏତଲାରେ ଉଲ୍ଲେଖ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ହସ୍ପିଟାଲରୁ ମହିଳାଙ୍କ ମୃତଦେହ ଜବତ, ବିଷକ୍ରିୟା ସନ୍ଦେହ…

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୁରୁବାର ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ପ୍ରହଲ୍ଲାଦ ସେଠୀଙ୍କ ସ୍ତ୍ରୀ ସାବିତ୍ରୀ ସେଠୀ(୪୫)ଙ୍କ ମୃତଦେହ ବ୍ରହ୍ମପୁର ବଡ଼…

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ୭ଶହ ଚାରାରୋପଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ରେଞ୍ଜରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ରେ ଗୁରୁବାର ମୋଟ ୭ଶହ ଚାରା…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?