ତୁଷ୍ଟୀକରଣ ଜଣାଣକୁ ସମାଲୋଚନା

ପୁରୀ ଅଫିସ,୨୮ା୧୦: ରାଜ୍ୟ ସରକାରଙ୍କ ତରଫରୁ ଶ୍ରୀକ୍ଷେତ୍ରରେ ହବିଷିଆଳି କେନ୍ଦ୍ର ଖୋଲାଯାଇଛି। ୫ଟି ହବିଷିଆଳି କେନ୍ଦ୍ରରେ ହବିଷିଆଳିମାନେ ରହୁଥିବାବେଳେ ସେମାନଙ୍କୁ ପ୍ରଶାସନ ପକ୍ଷରୁ ମାଗଣାରେ ବିଭିନ୍ନ ସୁବିଧା ଯୋଗାଇ ଦିଆଯାଉଛି। ବୃନ୍ଦାବତୀ ନିବାସରେ ରହୁଥିବା ହବିଷିଆଳିମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନେଇ ଏକ ତୁଷ୍ଟୀକରଣ ଜଣାଣ ଗାନ କରୁଥିବାର ଭିଡିଓ ଭାଇରାଲ ହେବା ପରେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ହବିଷିଆଳିମାନେ ଏଭଳି ବନ୍ଦନା ଗାନ କରୁଥିବାବେଳେ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହି ଉପଭୋଗ କରୁଥିବା ଭିଡିଓରେ ଦେଖିବାକୁ ମିଳିଛି। ଏହାକୁ ନେଇ ସେବାୟତ, ବୁଦ୍ଧିଜୀବୀ ଓ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।
ପୁରୀ ସହରର ଜଣେ ହବିଷିଆଳି ରାଧାରାଣୀ ପଣ୍ଡା କହିଛନ୍ତି, କାର୍ତ୍ତିକ ବ୍ରତ ପାଳନର ଉଦ୍ଦେଶ୍ୟ କ’ଣ ଜାଣିଥିବା ଲୋକେ ଏଭଳି କରିବେ ନାହିଁ। ମୁଖ୍ୟମନ୍ତ୍ରୀଙ୍କୁ ମହାପ୍ରଭୁଙ୍କ ସହ ତୁଳନା କରିବା ଲଜ୍ଜାଜନକ। କାର୍ତ୍ତିକ ବ୍ରତ ସମୟରେ ଏଭଳି ଦୁଃସାହସ କେହି କରିବା ଉଚିତ୍‌ ନୁହେଁ। ସେହିଭଳି ବରିଷ୍ଠ ସେବାୟତ ବିନାୟକ ଦାସମହାପାତ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ସରକାରୀ ଯୋଜନା ମାଧ୍ୟମରେ ହବିଷିଆଳିମାନେ ବିଭିନ୍ନ ସୁବିଧା ପାଉଛନ୍ତି। ଏଣୁ ତାଙ୍କୁ ହବିଷିଆଳିମାନଙ୍କ ଆଶୀର୍ବାଦ ମିଳୁ। ମାତ୍ର ତାଙ୍କୁ ମହାପ୍ରଭୁଙ୍କ ସହ ତୁଳନା କରିବାର ଧୃଷ୍ଟତା କରା ନ ଯାଉ। ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଏଭଳି ଅଶୋଭନୀୟ କାର୍ଯ୍ୟକଳାପ ହେବା ଅତ୍ୟନ୍ତ ନିନ୍ଦନୀୟ। ସେହିପରି ଚୂନରା ସେବାୟତ ଡ. ଶରତ ମହାନ୍ତି କହିଛନ୍ତି, ଈଶ୍ୱରଙ୍କ ଭଳି ସରକାରଙ୍କ ଉଦ୍ଦେଶ୍ୟରେ ଭଜନ କୀର୍ତ୍ତନ କରିବା ଆଦୌ ଗ୍ରହଣୀୟ ନୁହେଁ। ଏହା ଓଡ଼ିଆ ଜାତି ପାଇଁ ବିଡ଼ମ୍ବନା। ଭାଜପା ନେତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ମହାପ୍ରଭୁଙ୍କ ପୀଠରେ ନବୀନଙ୍କୁ ଚଳନ୍ତି ପ୍ରତିମା ବୋଲି କୁହାଯାଉଛି। ବ୍ରହ୍ମା, ବିଷ୍ଣୁ ଓ ମହେଶ୍ୱରଙ୍କ ସହ ତୁଳନା କରାଯାଉଛି। ଏହାକୁ ଅତି ଗର୍ବେ ହତ ଲଙ୍କା ଭଳି ସ୍ଥିତି କୁହାଯାଇପାରିବ। କଂଗ୍ରେସ ନେତା ଜୟଦେବ ଜେନା କହିଛନ୍ତି, ଯେଉଁ ଜଣାଣ କରାଯାଉଛି ତାହା ହବିଷିଆଳିମାନେ ମନକୁ କରୁନାହାନ୍ତି। ତାଙ୍କୁ ଯୋଜନାବଦ୍ଧ ଭାବେ ଏଭଳି କରିବାକୁ କୁହାଯାଉଛି। ଏସବୁକୁ ନିର୍ବାଚନ କ୍ଷେତ୍ର ପ୍ରସ୍ତୁତି ଭାବେ ବିଜେଡି ଦେଖୁଛି ବୋଲି ଜୟଦେବ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ବିଜେଡି ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି କହିଛନ୍ତି, ଯଦି ହବିଷିଆଳିମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି, ତେବେ ଏଥିରେ କାହାର ଗାତ୍ରଦାହ ହେବାର ଆବଶ୍ୟକତା ନାହିଁ। ମୁଖ୍ୟମନ୍ତ୍ରୀ ପ୍ରମାଣ କରିଛନ୍ତି ଯେ, ସାଢେ ଚାରିକୋଟି ଓଡ଼ିଆଙ୍କ ମନ ଭିତରେ ସେ ରହିଛନ୍ତି। ଏହାକୁ ଯଦି କିଏ କେଉଁ ରୂପ ଦେଉଥିବ ତାହା ଦୁର୍ଭାଗ୍ୟଜନକ।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri