Posted inଜାତୀୟ

ସୋରେନ୍‌ ସରକାରଙ୍କୁ ସମାଲୋଚନା

ରାଞ୍ଚି, ୩୦୮: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ବିଧାନସଭା ସଦସ୍ୟତା ରଦ୍ଦ ହୋଇପାରେ ବୋଲି ଚର୍ଚ୍ଚା ଜାରିଥିବାବେଳେ ନାବାଳିକାଙ୍କୁ ପେଟ୍ରୋଲ ଢାଳି ହତ୍ୟା ଘଟଣାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ବିରୋଧୀ ଭାଜପା ସୋରେନ୍‌ଙ୍କ ସରକାରକୁ ସମାଲୋଚନା କରିଛି। ରାଜ୍ୟରେ ହେମନ୍ତଙ୍କ ସରକାର ଗଠନ ପରଠାରୁ ମହିଳାଙ୍କ ସୁରକ୍ଷାକୁ ଅଣଦେଖା କରାଯାଉଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ରଘୁବର ଦାସ କହିଛନ୍ତି। ଦୁଇଟି ସମ୍ପ୍ରଦାୟ ଏହି ଘଟଣାରେ ଜଡ଼ିତ ଥିବାରୁ ସେ ଏହାକୁ ‘ଲଭ୍‌-ଜିହାଦ୍‌’ ଅଭିହିତ କରିଛନ୍ତି। ହେମନ୍ତ ତୁଷ୍ଟୀକରଣ ରାଜନୀତିରେ ମାତିଥିବା ସେ ଅଭିଯୋଗ କରିଛନ୍ତି। ରାଜ୍ୟରେ ଏପରି ହଜାର ହଜାର ଘଟଣା ଘଟୁଛି। ବାଂଲାଦେଶରୁ ଅନେକ ଲୋକ ଆସି ଏଠାକାର ନିରୀହ ଆଦିବାସୀଙ୍କୁ ଫସାଇ ବିବାହ କରିବା ସହ ସେମାନଙ୍କ ଜମି ହଡ଼ପ କରୁଥିଲେ ହେଁ ରାଜ୍ୟ ସରକାର ଏ ଦିଗରେ କୌଣସି ପଦକ୍ଷେପ ନେଉ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri