Posted inଖେଳ

ମେକ୍‌ଟିକ-ପାଭିକ୍‌ଙ୍କୁ ଟାଇଟଲ

ଲଣ୍ଡନ,୧୧।୭: ଓ୍ବିମ୍ବେଲଡନ ପୁରୁଷ ଡବଲ୍ସ ଇଭେଣ୍ଟରେ କ୍ରୋଏସିଆ ଯୋଡି ନିକୋଲା ମେକ୍‌ଟିକ ଓ ମାଟେ ପାଭିକ୍‌ ଟାଇଟଲ ହାସଲ କରିଛନ୍ତି। ଟପ୍‌ ସିଡ୍‌ ମାନ୍ୟତା ପାଇଥିବା ଏହି ଯୋଡି ସ୍ପେନ୍‌ ଓ ଆର୍ଜେଣ୍ଟିନାର ମାର୍ସେଲ ଗ୍ରାନୋଲେର୍ସ ଓ ହୋରାସିକୋ ଜେବାଲେସ୍‌ଙ୍କୁ ଫାଇନାଲ ମୁକାବିଲାରେ ୬-୪, ୭-୬, ୨-୬, ୭-୫ ସେଟ୍‌ରେ ପରାସ୍ତ କରି ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ସେଣ୍ଟର କୋର୍ଟରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଚାମ୍ପିୟନ ଯୋଡ଼ିକୁ ସେତେଟା ସଂଘର୍ଷ କରିବାକୁ ପଡୁ ନ ଥିଲା। ଏଥିସହ ଚଳିତ ସେସନ୍‌ରେ ମେକ୍‌ଟିକ ଓ ପାଭିକ୍‌ ଅଷ୍ଟମ ଟାଇଟଲ ହାସଲ କରିଛନ୍ତି। ସାଥି ହେବାର ପ୍ରଥମ ବର୍ଷରେ ଏହି ସଫଳତାର ଶୀର୍ଷକୁ ଛୁଇଁଛନ୍ତି। ପ୍ରଥମ ଯୋଡି ଭାବେ ଓ୍ବିମ୍ବେଲଡନ ଡବଲ୍ସ ଟାଇଟଲ ଜିତି ମେକ୍‌ଟିକ ଓ ପାଭିକ ବିରଳ ସଫଳତା ଅର୍ଜନ କରିଛନ୍ତି। ପୂର୍ବରୁ ୨୦ ବର୍ଷ ତଳେ କ୍ରୋଏସିଆର ଗୋରାନ ଇଭାନସେଭିକ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରିଥିଲେ। ପୂର୍ବରୁ ପାଭିକ ଭିନ୍ନ ପାର୍ଟନରଙ୍କ ସହ ୨୦୧୮ରେ ଅଷ୍ଟ୍ରେଲିଆ ଓପନ ଓ ଗତବର୍ଷ ୟୁଏସି ଓପନ୍‌ ଜିତିଥିଲେ। ମେକ୍‌ଟିକଙ୍କ ପାଇଁ ଏହା ପ୍ରଥମ ଗ୍ରାଣ୍ଡସ୍ଲାମ ସାବ୍ୟସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri