ଅଣ୍ଡାରୁ ବାହାରିଲେ ୩୫ ଘଡ଼ିଆଳ ଛୁଆ

ଅନୁଗୋଳ ଅଫିସ, ୨୬ା୫: ଅନୁଗୋଳ ଜିଲା ସାତକୋଶିଆର ଘଡିଆଳ କୁମ୍ଭୀର ପ୍ରଜନନ କେନ୍ଦ୍ର ପାଇଁ ଆସିଛି ଖୁସି ଖବର। ଏଠାରେ କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି। ଗୁରୁବାର ଘଡ଼ିଆଳ ଅଣ୍ଡା ଫୁଟି ୩୫ ଛୁଆ ମା’ କୁମ୍ଭୀର ସହ ପାଣିରେ ଖେଳୁଥିବାର ଫଟୋ ବନ ବିଭାଗ ସିସିଟିଭି କ୍ୟାମେରାରେ ରେକର୍ଡ ହୋଇଛି। ଏହି ସଫଳତା ପାଇଁ ସାତକୋଶିଆ ବନଖଣ୍ଡକୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଛୁଟୁଛି।
ପ୍ରକାଶ ଯେ, ସାତକୋଶିଆ ଗଣ୍ଡର ବଳଦମରା ଠାରେ ଘଡ଼ିଆଳ ପ୍ରଜନନ ଦୀର୍ଘ ୪୦ ବର୍ଷ ହେବ ହୋଇ ନ ଥିଲା। ୨୦୨୧ରେ ଘଡ଼ିଆଳ କୁମ୍ଭୀର ଅଣ୍ଡାରୁ ୨୮ଟି ଛୁଆ ବାହାରିଥିଲେ ହେଁ ମାତ୍ର ୩ରୁ ୪ଟି ଗଣ୍ଡରେ ରହିଛନ୍ତି। ସେହିପରି ୨୦୨୨ରେ ୩୨ଟି ଛୁଆ ବାହାରିଥିବା ଦେଖାଯାଇଥିଲା। ସେଥିରୁ ୧୨ରୁ ୧୩ଟିକୁ ଠାବ କରାଯାଇଛି। ଚଳିତବର୍ଷ ବଳଦମରାସ୍ଥିତ ବାଲିରେ ମା’ କୁମ୍ଭୀର ଦେଇଥିବା ଅଣ୍ଡାରୁ ୩୫ଟି ଛୁଆ ଜନ୍ମ ହେବା ପରେ ବନ ବିଭାଗର ଉଦ୍ୟମ ସଫଳ ହୋଇଥିବା କୁହାଯାଉଛି। ତେବେ ଏହି ଘଡ଼ିଆଳ କିଭଳି ଭାବେ ସାତକୋଶିଆ ଗଣ୍ଡରେ ସୁରକ୍ଷିତ ରହିବେ ତାହାକୁ ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଉଛି। ଏହି ଛୁଆ ବଢ଼ିବା ପାଇଁ ଏବେ ଯଥେଷ୍ଟ ସମୟ ଥିବାରୁ ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ ବୋଲି ଡିଏଫଓ ସରୋଜ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri