ଘୋଡାହାଡ଼ ଡ଼୍ୟାମରେ କୁମ୍ଭୀର ଗଣନା ଆରମ୍ଭ

ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ଘୋଡ଼ାହାଡ଼ ଡ଼୍ୟାମରେ ରାଜ୍ୟ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନ ବ୍ରହ୍ମପୁର ବନଖଣ୍ଡ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର କୁମ୍ଭୀର ଗଣନା ଆରମ୍ଭ ହୋଇଛି। ଏହି ଗଣନା ୩ ଦିନ ଧରି ଚାଲିବ। ଏନେଇ ବନ ବିଭାଗ ପକ୍ଷରୁ ୨୫ଟି ଟିମ୍‌ ଗଠନ କରାଯାଇଛି।

ଦିଗପହଣ୍ଡି ବନ ବିଭାଗ କାର୍ଯ୍ୟାଳୟ ଭାରପ୍ରାପ୍ତ ରେଞ୍ଜର ସନ୍ତୋଷ ବିଷୋୟୀ ରତ୍ନଙ୍କ ନେତୃତ୍ୱରେ ୨୫ରୁ ଊଦ୍ଧର୍‌ବ ବନ କର୍ମଚାରୀ କୁମ୍ଭୀର ଗଣନା କାର୍ଯ୍ୟରେ ନିୟୋଜିତ ରହିଥିବା ଜଣାପଡ଼ିଛି। ଗଣନା ପାଇଁ ଡ଼୍ୟାମ ମଧ୍ୟରେ ୧୦ଟି ସେଗମେଣ୍ଟ ସହ ୧୬ଟି ପୋଖରୀକୁ ଚିହ୍ନଟ କରାଯାଇଛି। ବନ ବିଭାଗର ପୂର୍ବ ଗଣନା ଅନୁଯାୟୀ ୨୦୨୨ରେ କୁମ୍ଭୀରଙ୍କ ସଂଖ୍ୟା ୭୬ ରହିଥିବା ବେଳେ ୨୦୨୩ରେ ତାହା ବୃଦ୍ଧିପାଇ ୮୧ରେ ପହଞ୍ଚିଥିଲା। ସେହିପରି ୨୦୨୪ରେ ଏହାର ସଂଖ୍ୟା ୮୪ ଏବଂ ୨୦୨୫ରେ ଗଣନାରୁ ୮୭ କୁମ୍ଭୀର ଥିବା ରିପୋର୍ଟ ପ୍ରସ୍ତୁତ କରାଯାଇଥିଲା।

ସୋମବାର ଡ଼୍ୟାମ ସଂଲଗ୍ନ ଇକୋ ରିଟ୍ରିଟ ପରିସରରେ ଆୟୋଜିତ କୁମ୍ଭୀର ଗଣନା ପ୍ରଶିକ୍ଷଣ ଶିବିରରେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନ୍ନିି ଖୋଖର ଅଧ୍ୟକ୍ଷତା କରିଥିଲେ। ପ୍ରଶିକ୍ଷକ ଭାବେ ଏସିଏଫ ସସ୍ମିତା ବିଶାଳ, ଗଞ୍ଜାମ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ଅଧ୍ୟାପକ ଡ଼. ମହେନ୍ଦ୍ର ସେଠୀ ଯୋଗଦେଇ କୁମ୍ଭୀର ଗଣନା କାର୍ଯ୍ୟକ୍ରମରେ ନିୟୋଜିତ ବନ କର୍ମଚାରୀଙ୍କୁ ତାଲିମ ପ୍ରଦାନ କରିଥିଲେ। ଚଳିତ ବର୍ଷ ଡ଼୍ୟାମ ଏବଂ ଆଖପାଖ ପୋଖରୀରେ କୁମ୍ଭୀରଙ୍କ ସଂଖ୍ୟା ପୂର୍ବବର୍ଷମାନଙ୍କ ତୁଳନାରେ ବୃଦ୍ଧି ନେଇ ଆଶା କରାଯାଇଥିବା ବନଖଣ୍ଡ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri