କୁମ୍ଭୀର ଗଣନା: ୨ରୁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୯।୧୨(ଡି.ଏନ.ଏ.): ବଉଳା କୁମ୍ଭୀରଙ୍କ ଗଣନା ପାଇଁ ଜାନୁୟାରୀ ୨ରୁ ୧୧ ତାରିଖ ୧୦ଦିନ ଧରି ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ରାଜନଗର ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତିଙ୍କ ସୂଚନା ମୁତାବକ, ଜାନୁୟାରୀ ୪ ଓ ୫ ଦୁଇଦିନ ଧରି ଗଣନାକାରୀଙ୍କୁ ପ୍ରଶିକ୍ଷଣ ଦିଆଯିବ। ୬ରୁ ୧୧ ତାରିଖ ଯାଏ ଭିତରକନିକା ଭିତରେ ଓ ବାହାରେ ନଦୀ ନାଳରେ କୁମ୍ଭୀର ଗଣନା କରାଯିବ। ପୂର୍ବର ପାରମ୍ପରିକ ପଦ୍ଧତି ସହ ଜାନୁୟାରୀରେ ପ୍ରଥମଥର ପାଇଁ ପଲିଗନ ସର୍ଚ୍ଚ ମୋବାଇଲ ଆପରେ କୁମ୍ଭୀର ଗଣନା କରାଯିବାକୁ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ବିଶାରଦ ଡ. ସୁଧାକର କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଗଣନା କାର୍ଯ୍ୟ କରାଯିବ। ସକାଳେ ଖରା ପୋଇଁବା ସମୟରେ ଓ ରାତିରେ ସ୍ପଟ ଲାଇଟ ମାଧ୍ୟମରେ କୁମ୍ଭୀର ଗଣନା କରାଯାଇଥାଏ। ହୁଲି ଡଙ୍ଗାରେ ଗଣନାକାରୀମାନେ ନଦୀ ନାଳରେ କୁମ୍ଭୀର ଗଣନା କରିଥାନ୍ତି। କୁମ୍ଭୀର ଗଣନା ପାଇଁ ଟିମ୍‌ ଗଠନ କରାଯାଇଛି। ପ୍ରତ୍ୟେକ ଟିମରେ ୪ରୁ ୫ଜଣ ସଦସ୍ୟ ରହିବେ। ଭିତରକନିକାରେ ପ୍ରବାହିତ ନଦୀ ନାଳରେ ଧୀରେ ଧୀରେ ଧଳା ଶଙ୍ଖୁଆ କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଥର ଗଣନା ସମୟରେ ସେଥିପ୍ରତି ଅଧିକ ଦୃଷ୍ଟି ଦିଆଯିବ। ଏ ବର୍ଷ ଗଣନା ସମୟରେ ୧୦ରୁ ଊର୍ଦ୍ଧ୍ୱ ଧଳା କୁମ୍ଭୀରକୁ ଗଣନାକାରୀମାନେ ଚିହ୍ନଟ କରିଥିଲେ। ଗତ କୁମ୍ଭୀର ଗଣନା ରିପୋର୍ଟ ଅନୁଯାୟୀ ଭିତରକନିକାରେ ୧୭୬୮ କୁମ୍ଭୀର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri