ଘୋଡ଼ାହାଡ଼ ଡ୍ୟାମ୍‌ରେ ଶେଷ ହେଲା କୁମ୍ଭୀର ଗଣନା: କୁମ୍ଭୀର ସଂଖ୍ୟା..

ଦିଗପହଣ୍ଡି,୯ା୧(ଅଶେଷ ନାଥ ମିଶ୍ର): ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସନ୍ନିି ଖୋଖରଙ୍କ ତତ୍ୱାବଧାନରେ ଦିଗପହଣ୍ଡି ବ୍ଳକ ଖମାରି ଗାଁ ପଞ୍ଚାୟତ ସଂଲଗ୍ନ ଘୋଡ଼ାହାଡ଼ ଡ୍ୟାମରେ ୪ ଦିନ ଧରି ଚାଲିଥିବା କୁମ୍ଭୀର ଗଣନା କାର୍ଯ୍ୟକ୍ରମ ଶେଷ ହୋଇଛି। ଚଳିତ ବର୍ଷ ଘୋଡାହାଡ ଡ୍ୟାମରେ ସମୁଦାୟ ଛୋଟ ବଡ଼ ୯୫ ଟି ଗୋ-ମୁହାଁ ପ୍ରଜାତିର କୁମ୍ଭୀର ଥିବା ନିୟୋଜିତ ବନ କର୍ମଚାରୀ ବୃନ୍ଦ ଗଣନା କରିଛନ୍ତି। କୁମ୍ଭୀର ଗଣନା କାର୍ଯ୍ୟ ପୂର୍ବରୁ ଘୋଡାହାଡ ଇକୋ ପାର୍କ ପରିସରରେ ଘୋଡ଼ାହାଡ଼ ଡ଼୍ୟାମ ଓ ଆଖପାଖ ପୋଖରୀ ଗୁଡିକରେ କୁମ୍ଭୀର ଗଣନା କାର୍ଯ୍ୟ ନିମନ୍ତେ ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟର ସମସ୍ତ ବନପାଳ, ବନରକ୍ଷୀ ଏବଂ ବନ ସୁରକ୍ଷା କର୍ମଚାରୀ ମାନଙ୍କୁ ତାଲିମ ଦିଆଯାଇଥିଲା। କୁମ୍ଭୀର ଗଣନା ପାଇଁ ବନ ବିଭାଗ ପକ୍ଷରୁ ୨୫ ଟି ଟିମ ଗଠନ କରାଯାଇଥିବା ବେଳେ ଦିଗପହଣ୍ଡି ବନ ବିଭାଗ କାର୍ଯ୍ୟାଳୟ ଭାରପ୍ରାପ୍ତ ରେଞ୍ଜର ସନ୍ତୋଷ ବିଷୋୟୀ ରତ୍ନଙ୍କ ନେତୃତ୍ୱରେ ୨୫ ରୁ ଊଦ୍ଧର୍‌ବ ବନ କର୍ମଚାରୀ କୁମ୍ଭୀର ଗଣନା କାର୍ଯ୍ୟରେ ନିୟୋଜିତ ଥିଲେ। ଡ୍ୟାମର ୧୦ଟି ସେଗମେଣ୍ଟ ସହ ୧୬ଟି ପୋଖରୀରେ କୁମ୍ଭୀର ଗଣନା କରାଯାଇଥିଲା। ଗତ ୨୦୨୫ ଆର୍ଥିକ ବର୍ଷରେ ଡ୍ୟାମ ଓ ଆଖପାଖ ପୋଖରୀ ମାନଙ୍କରେ କୁମ୍ଭୀରଙ୍କ ସଂଖ୍ୟା ୮୭ ରହିଥିବା ବେଳେ ଚଳିତବର୍ଷ ତାହା ବୃଦ୍ଧି ପାଇ ୯୫ ରେ ପହଞ୍ଚିଛି। ଡ୍ୟାମ ରେ ୬୩ ଟି କୁମ୍ଭୀରଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୧୬ ଟି ପୋଖରୀରେ ୩୨ ଟି କୁମ୍ଭୀରଙ୍କୁ ଚିହ୍ନଟ କରାଯାଇଥିବା ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଗୁରୁଙ୍କୁ ସମ୍ମାନ, ଶିକ୍ଷକଙ୍କୁ ସମ୍ବର୍ଦ୍ଧନା; ଭଞ୍ଜନଗର ବିଧାୟକ କହିଲେ…

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ସନ୍ଧ୍ୟାରେ ‘ଗୁରୁ ପୂଜନ ସହ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରିବାରକୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, ବିଧାୟକ…

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ପୂର୍ବତନ ବ୍ଲକ ଅଧକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳଙ୍କ ଗତ ଶୁକ୍ରବାର ଦିନ ଦେହାନ୍ତ ହୋଇଥିଲା ।…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri