ଜାନୁୟାରୀ ୪ରୁ କୁମ୍ଭୀର ଗଣନା: ପର୍ଯ୍ୟଟକଙ୍କ ପାଇଁ ୧୦ଦିନ ଭିତରକନିକା ବନ୍ଦ

ରାଜନଗର,୧୪ା୧୧(ଡି.ଏନ.ଏ.): ଜାନୁୟାରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ଭିତରକନିକାରେ କୁମ୍ଭୀର ଗଣନା କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳରେ ରହୁଥିବା କୁମ୍ଭୀରଙ୍କ ବି ଗଣନା ହେବ। ସେଥିପାଇଁ ଏହି ୧୦ ଦିନ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। କୌଣସି ପର୍ଯ୍ୟଟକ ଏହି ସମୟ ସୀମା ମଧ୍ୟରେ ଭିତରକନିକାକୁ ପ୍ରବେଶ କରିପାରିବେ ନାହିଁ। ଜାନୁୟାରୀ ୧୫ରୁ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକାରେ ଜାନୁୟାରୀ ୨୦୨୨ରେ ହୋଇଥିବା ଗଣନା ଅନୁସାରେ ୧୭୮୪ ବଉଳା କୁମ୍ଭୀର ଅଛନ୍ତି। ସୂଚନାଯୋଗ୍ୟ, ୧୯୭୦ ମଧ୍ୟଭାଗରେ କରାଯାଇଥିବା ଏକ ସର୍ଭେରେ ଭାରତରେ କୁମ୍ଭୀରମାନଙ୍କ ସଂଖ୍ୟା ନଗଣ୍ୟ ବୋଲି ଜଣାପଡିଥିଲା। ଏହାପରେ କୁମ୍ଭୀରଙ୍କ ବଂଶ ବୃଦ୍ଧି ଓ ବାସସ୍ଥଳୀର ସ୍ଥିତି ବଜାୟ ରଖିବା ପାଇଁ କେନ୍ଦ୍ର ସରକାର, ମିଳିତ ଜାତିସଂଘର କୃଷି ଓ ଖାଦ୍ୟ ସଂସ୍ଥାର ସହାୟତାରେ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା। ଏହି ଯୋଜନା ଅନୁଯାୟୀ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ସାମୁଦ୍ରିକ ପ୍ରାଣୀ ବିଶେଷଜ୍ଞ ଡ. ଏଚ୍‌.ଆର୍‌. ବଷ୍ଟାର୍ଡ ଓଡ଼ିଶା ସମୁଦ୍ର ଉପକୂଳ ପରିଦର୍ଶନ କରି ଭିତରକନିକା କୁମ୍ଭୀର ବଂଶବୃଦ୍ଧି ପାଇଁ ଅନୁକୂଳ ପରିବେଶ ବୋଲି ଚିହ୍ନଟ କରିଥିଲେ। ୧୯୭୫ରେ ୧୧୫ ବର୍ଗ କିଲୋମିଟର ଅଞ୍ଚଳରେ ୫୦ ଲକ୍ଷ ଟଙ୍କା ବ୍ୟୟରେ ଦେଶର ପ୍ରଥମ ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ର ଗଢ଼ି ଉଠିଥିଲା। ପ୍ରଥମେ ୩୪ଟି ପରିପକ୍ୱ କୁମ୍ଭୀରଙ୍କ ସହିତ ୯୬ କୁମ୍ଭୀରଙ୍କୁ ନେଇ ଏହି ଯୋଜନା ଆରମ୍ଭ ହୋଇଥିଲା। ବର୍ତ୍ତମାନ ସେହି କୁମ୍ଭୀରଙ୍କ ସଂଖ୍ୟା ୧୭୮୪ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri