ବରୀ,୧୭ା୮(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲା ବରୀ ବ୍ଲକ୍ ଅମଠପୁର ପଞ୍ଚାୟତ ପାଲଟପୁର ଗ୍ରାମରେ ବୁଧବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଜ୍ୟୋତ୍ସ୍ନା ଜେନା(୩୬) ବିରୂପା ନଦୀକୁ ଶୌଚ ପାଇଁ ଯାଇଥିବାବେଳେ ତାଙ୍କୁ କୁମ୍ଭୀର ଟାଣିନେଇ ମାରିଦେଇଛି। ପରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଖବର ପ୍ରଚାରିତ ହେବାପରେ ଲୋକେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ହେଲେ ତାହା ସମ୍ଭବ ହୋଇ ପାରି ନ ଥିଲା। ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ତାଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରିଥିଲେ। ବିଧାୟିକା ସୁନନ୍ଦା ଦାସ, ତହସିଲଦାର ତିଳୋତ୍ତମା ପୃଷ୍ଟି ଏବଂ ବରୀ-ରାମଚନ୍ଦ୍ରପୁର ଥାନା ପୋଲିସ ପହଞ୍ଚତ୍ଥିଲା। ପୋଲିସ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ବନ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ୬୦ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଛି। ତେବେ ବାରମ୍ବାର ଏହି ନଦୀରେ କୁମ୍ଭୀର ଦେଖାଯାଉଥିବା ସାଧାରଣ ଲୋକେ କହୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉନାହିଁ। ଫଳରେ ଏଭଳି ଘଟଣା ଘଟିଲା ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଉକ୍ତ ଘଟଣା ପରେ ଲୋକଙ୍କୁ ବନ୍ୟା ସମୟରେ ନଦୀକୁ ନ ଯିବା ପାଇଁ ପ୍ରଶାସନ ତରଫରୁ ସଚେତନ କରାଯାଇଛି।
Posted inHome, Home Left, ଆମ ଜିଲା ଖବର, ଯାଜପୁର View All
ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ
ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…
ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍ଓ ନିଲମ୍ବିତ
ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…
ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ
କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…
ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର
ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…
ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…
ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…
ଚାଲିଛି ଆଇପିଏଲ ସିଜନ୍: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ
ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…
ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…
ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…
ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…
ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …
Archives

