ବରୀ,୧୭ା୮(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲା ବରୀ ବ୍ଲକ୍ ଅମଠପୁର ପଞ୍ଚାୟତ ପାଲଟପୁର ଗ୍ରାମରେ ବୁଧବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଜ୍ୟୋତ୍ସ୍ନା ଜେନା(୩୬) ବିରୂପା ନଦୀକୁ ଶୌଚ ପାଇଁ ଯାଇଥିବାବେଳେ ତାଙ୍କୁ କୁମ୍ଭୀର ଟାଣିନେଇ ମାରିଦେଇଛି। ପରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଖବର ପ୍ରଚାରିତ ହେବାପରେ ଲୋକେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ହେଲେ ତାହା ସମ୍ଭବ ହୋଇ ପାରି ନ ଥିଲା। ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ତାଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରିଥିଲେ। ବିଧାୟିକା ସୁନନ୍ଦା ଦାସ, ତହସିଲଦାର ତିଳୋତ୍ତମା ପୃଷ୍ଟି ଏବଂ ବରୀ-ରାମଚନ୍ଦ୍ରପୁର ଥାନା ପୋଲିସ ପହଞ୍ଚତ୍ଥିଲା। ପୋଲିସ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ବନ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ୬୦ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଛି। ତେବେ ବାରମ୍ବାର ଏହି ନଦୀରେ କୁମ୍ଭୀର ଦେଖାଯାଉଥିବା ସାଧାରଣ ଲୋକେ କହୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉନାହିଁ। ଫଳରେ ଏଭଳି ଘଟଣା ଘଟିଲା ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଉକ୍ତ ଘଟଣା ପରେ ଲୋକଙ୍କୁ ବନ୍ୟା ସମୟରେ ନଦୀକୁ ନ ଯିବା ପାଇଁ ପ୍ରଶାସନ ତରଫରୁ ସଚେତନ କରାଯାଇଛି।
Posted inHome, Home Left, ଆମ ଜିଲା ଖବର, ଯାଜପୁର View All
କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍
ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା
ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...
Archives


