ଜଳହସ୍ତୀ ଖୁଆଡ଼ରେ ପଶିଲା କୁମ୍ଭୀର

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ଦେଶର ଅନ୍ୟତମ ପ୍ରମୁଖ ଚିଡିଆଖାନା ନନ୍ଦନକାନନ ଏବେ ଅସୁରକ୍ଷିତ ପ୍ରାଣୀ ଉଦ୍ୟାନରେ ପରିଣତ ହୋଇଛି। ପ୍ରତିଦିନ ଜୀବଜନ୍ତୁଙ୍କ ମୃତ୍ୟୁ, ପର୍ଯ୍ୟଟକଙ୍କୁ ଆକ୍ରମଣ, ଦୁର୍ବ୍ୟବହାର ଆଦି ଘଟଣା ଘଟୁଥିବା ନଜିର ରହିଛି। ଶନିବାର ନନ୍ଦନକାନନ ସିଂହୀ ଖୁଆଡ଼ରେ ଚିତି ସାପ ପଶି ଦଂଶନ କରିଥିବାରୁ ସିଂହୀର ମୃତ୍ୟୁ ହୋଇଥିଲା। ତେବେ ରବିବାର ନନ୍ଦନକାନନ ପ୍ରାଣୀଉଦ୍ୟାନର ଜଳହସ୍ତୀ ରହୁଥିବା ୬୩ ନଂ ଖୁଆଡ଼ରେ ଏକ ୩ ଫୁଟିଆ ମଗର କୁମ୍ଭୀର ଦେଖିବାକୁ ମିଳିଛି । କୁମ୍ଭୀରକୁ ଦେଖି ଜଳହସ୍ତୀମାନେ ପାଣି ଭିତରୁ ବାହାରକୁ ବାହାରି ଆସିଥିଲେ। ଦୀର୍ଘ ସମୟ ପାଇଁ କୁମ୍ଭୀର ପାଣିରେ ବୁଲିଥିଲା। କିଛି ପର୍ଯ୍ୟଟକ ଏହା ଦେଖି ହୋ-ହଲ୍ଲା କରିଥିଲେ।

ସୂଚନା ପାଇ ନନ୍ଦନକାନନ କର୍ତ୍ତୃପକ୍ଷ କୁମ୍ଭୀରକୁ ବାହାରକୁ ଆଣିବା ପାଇଁ ପହଞ୍ଚିଥିଲେ। ଏହା ଦେଖିବାକୁ ଲୋକଙ୍କ ମଧ୍ୟରେ ପ୍ରବଳ ଭିଡ଼ ଲାଗିଥିଲା। ଅନ୍ୟପକ୍ଷରେ ଏପରି ଘଟଣା ବାରମ୍ବାର ଘଟୁଥିବାରୁ ଆନିମଲ ଓ୍ବେଲଫେୟାର ଟ୍ରଷ୍ଟ ଏକାମ୍ରର ମୁଖ୍ୟ ପୁରବୀ ପାତ୍ର ନନ୍ଦନକାନନ ନିର୍ଦ୍ଦେଶକ,ଉପନିର୍ଦ୍ଦେଶକ, ଜନ୍ତୁ ବିଭାଗର ରେଞ୍ଜର ଏବଂ ଦାୟିତ୍ୱରେ ଥିବା ଭେଟେନାରି ଡାକ୍ତରଙ୍କୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri