ବୈତରଣୀ, ଯମୁନା ନଦୀରେ ଘଡ଼ିଆଳ କୁମ୍ଭୀର

ଯାଜପୁର ସଦର ୧୮ା୮(ଡି.ଏନ.ଏ.): ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ଏବଂ ଯମୁନା ନଦୀରେ ୨ଟି ଘଡିଆଳ କୁମ୍ଭୀର ଦେଖିବାକୁ ମିଳିଛି। ଦଶରଥପୁର ବ୍ଲକ କୟାଁ ପଞ୍ଚାୟତ ଧରମପୁର ଏବଂ ସଦର ବ୍ଲକର ସିମିଳିଆ ପଞ୍ଚାୟତବାସୀ ଆତଙ୍କିତ ହୋଇ ପଡିଛନ୍ତି। ବୈତରଣୀ ବନ୍ୟା ପାଣି କମି ଆସୁଥିଲେ ସୁଦ୍ଧା କାଣୀ ନଦୀ ବନ୍ଧରେ ଘାଇ ଯୋଗୁ ଦଶରଥପୁର ବ୍ଲକର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଛି। ବୈତରଣୀ ନଦୀର ତଳ ପଟୁ ପଶି ଥିବା ପାଣିରେ ଧରମପୁର ଗାଁ ନିକଟକୁ କୁମ୍ଭୀର ଚାଲି ଆସିଛି ବୋଲି ଚର୍ଚ୍ଚା ହେଉଛି। ସେହିପରି ଯାଜପୁର ବ୍ଲକର ଯମୁନା ନଦୀରେ ବୁଧବାର ସକାଳୁ ସ୍ଥାନୀୟ ଲୋକେ ଖରସ୍ରୋତାରୁ ପଶି ଆସିଥିବା ଏକ କୁମ୍ଭୀରକୁ ଦେଖିବାକୁ ପାଇଛନ୍ତି । ଉଭୟ କୁମ୍ଭୀର ପାଖାପାଖି ୮ରୁ୧୦ ଫୁଟରୁ କମ ହେବ ନାହିଁ ବୋଲି କୁହାଯାଉଛି। ପୂର୍ବରୁ ମଧ୍ୟ କୟାଁଗୋଲା ଅଞ୍ଚଳରେ କୁମ୍ଭୀର ଉଭୟ ପଶୁ ଓ ମଣିଷଙ୍କୁ ନଦୀ ଭିତରକୁ ଟାଣି ନେଇ ଜୀବନରୁ ମାରି ଦେଇଥିବା ନଜିର ରହିଛି। ବୈତରଣୀ ଓ ଖରସ୍ରୋତା ନଦୀରେ ଭିତରକନିକା ଅଞ୍ଚଳରୁ କୁମ୍ଭୀର ଆସି ନଦୀର ଗଭୀର ଜଳ (ଗଣ୍ଡ) ରେ ରହି ଯାଇ ସେମାନଙ୍କ ବଂଶ ବିସ୍ତାର କରିଛନ୍ତି। ବନ ବିଭାଗ ଏହି ଘଟଣାକୁ ବିଶେଷ ଗୁରୁତ୍ୱ ଦେଉ ନଥିବାରୁ କୁମ୍ଭୀର ଉପଦ୍ରବ ଦିନକୁ ଦିନ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି।…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?