କୁମ୍ଭୀର-ମଣିଷ ଲଢ଼େଇ ଜିଲାରେ ବଢୁଛି

କେନ୍ଦ୍ରାପଡ଼ା,୨୧ା୬(ଜଗନ୍ନାଥ ଧଳ): ପ୍ରଜନନ ଋତୁରେ କୁମ୍ଭୀର ହିଂସ୍ର ଆଚରଣ କରେ। ମଣିଷ, ପଶୁପକ୍ଷୀ ଏହି ହିଂସ୍ର ଜନ୍ତୁ ଆକ୍ରମଣର ଶିକାର ହୁଅନ୍ତି। ଏପରିକି ଜୀବନ ଯିବା ଏକ ସାମାନ୍ୟ ଘଟଣା ବୋଲି କେନ୍ଦ୍ରାପଡ଼ା ଜିଲାରେ ଦେଖିବାକୁ ମିଳୁଛି। ଗତ ୨୦୨୩ ଜୁନ୍‌ରୁ ଅଗଷ୍ଟ ମଧ୍ୟରେ ୫ ଜଣ ମଣିଷ ଏହି ହିଂସ୍ର ଜନ୍ତୁର ଶିକାର ହୋଇଥିବା ବେଳେ ଚଳିତ ମାସରେ ଏହାର ପୁନରାବୃତ୍ତି ଦେଖିବାକୁ ମିଳିଛି। କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ସିଙ୍ଗଡ଼ି ଗ୍ରାମର ସନାତନ ସାମଲଙ୍କୁ କୁମ୍ଭୀର ଗତ ୬ ତାରିଖରେ ଟାଣି ନେଇଥିଲା। ୭ ତାରିଖରେ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିଥିଲା। ଏହା ପୂର୍ବରୁ ମାର୍ଚ୍ଚ ୮ରେ ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଞ୍ଚାୟତ ଦକ୍ଷିଣଭେଡ଼ାର ନିମାଇଁ ମଲ୍ଲିକ କୁମ୍ଭୀରର ଶିକାର ହୋଇଛନ୍ତି। ସେହିପରି ଓଳାଭର ଅଞ୍ଚଳରେ ଗୋଟିଏ ଗାଈକୁ ଏହି ମାସରେ କୁମ୍ଭୀର ଟାଣି ନେଇଛି। ଏ ସବୁ ସ୍ଥାନ ଜାତୀୟ ଉଦ୍ୟାନ ଭିତରକନିକା ସଂରକ୍ଷିତ ଅଞ୍ଚଳ ନୁହେଁ। ଏହାସତ୍ତ୍ୱେ ସଂରକ୍ଷିତ ଅଞ୍ଚଳ ବାହାରେ ଏହି ଜିଲା ସମେତ ନିକଟସ୍ଥ ଯାଜପୁର ଓ ଭଦ୍ରକ ଜିଲାରେ କୁମ୍ଭୀର ଆତଙ୍କ ଖେଳାଇଛି। ପ୍ରତି ମାସରେ କୁମ୍ଭୀର ଓ ମଣିଷ ଲଢ଼େଇ ଦେଖିବାକୁ ମିଳୁଛି। ବନ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ରରେ ସାବଧାନତା ପାଇଁ ପ୍ରଚାର ଓ ସାଇନ୍‌ବୋର୍ଡରେ ସଚେତନତା କାର୍ଯ୍ୟକ୍ରମ କୁମ୍ଭୀର ଓ ମଣିଷର ସଂଘର୍ଷକୁ ରୋକିପାରୁନାହିଁ। ସବୁଠାରୁ ବଡ଼କଥା ହେଲା, ଜିଲାର ନଦୀ ନାଳ ଅଞ୍ଚଳରେ ଥିବା କୁମ୍ଭୀରଙ୍କୁ ବାର୍ଷିକ ଗଣନାରେ ସାମିଲ କରାଯାଉନାହିଁ। ୧୯୯୧ ମସିହାରେ ଜାତୀୟ ଉଦ୍ୟାନରେ ଏହାର ବଂଶ ବୃଦ୍ଧି ରୋକିବାକୁ କେନ୍ଦ୍ର ସରକାରଙ୍କ ବନ୍ୟ ଓ ପର୍ଯ୍ୟାବରଣ ମନ୍ତ୍ରଣାଳୟରୁ ଚିଠି ହୋଇଥିଲା। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଓ ପରିବେଶବିତ୍‌ମାନେ ଏବେ ସ୍ବର ଉଠାଇଲେଣି।
ପରିବେଶବିତ୍‌ ତଥା କଇଁଛ ସୁରକ୍ଷା ସମିତିର ସମ୍ପାଦକ ହେମନ୍ତ କୁମାର ରାଉତ କହିଛନ୍ତି, ଲୁଣା କୁମ୍ଭୀର ପାଇଁ ଭିତରକନିକା ପ୍ରସିଦ୍ଧ। ଜାନୁଆରୀ ଗଣନା ସମୟରେ ୧୮୧୧ କୁମ୍ଭୀର ରହିଥିବା ଜଣାପଡ଼ିଛି। ଏଠାରେ ଧଳା କୁମ୍ଭୀର ସହ ଅନ୍ୟ ଦୁଇ ପ୍ରଜାତି କୁମ୍ଭୀର ମଧ୍ୟ ଦେଖାଗଲେଣି। ଜାତୀୟ ଉଦ୍ୟାନର ସୀମିତ ଅଞ୍ଚଳରେ ଏହି ସଂରକ୍ଷିତ ପ୍ରାଣୀଙ୍କ ବଂଶବୃଦ୍ଧି ଏବେ ଜିଲା ଓ ବାହାର ଜିଲାରେ ଆତଙ୍କ ଖେଳାଇଛି। ୧୦ ବର୍ଷର ହିସାବକୁ ନିଆଗଲେ ପ୍ରାୟ ଶତାଧିକ ଲୋକ କୁମ୍ଭୀର ଆକ୍ରମଣରେ ମୃତାହତ ହେଲେଣି। ସେହିପରି ଜାଲ ଓ ଅନ୍ୟ କାରଣରୁ ୨୫ରୁ ଊର୍ଦ୍ଧ୍ୱ କୁମ୍ଭୀରଙ୍କ ଜୀବନ ଗଲାଣି। ସଂଖ୍ୟା ଗଣନାରେ ସାମିଲ ନ ଥିବା ନଦୀ ନାଳ ଅଞ୍ଚଳରେ କୁମ୍ଭୀର ବୁଲୁଥିବା ଦେଖି ସ୍ଥାନୀୟ ଅଞ୍ଚଳବାସୀଙ୍କ ସହ ଯାଜପୁରର କୟଁାଗୋଲା, ଦଶରଥପୁର, ଭଦ୍ରକର ବିଭିନ୍ନ ନଦୀକୂଳବାସୀ ଆତଙ୍କିତ ହେଉଛନ୍ତି। ଜାତୀୟ ଉଦ୍ୟାନ ବାହାରେ ଥିବା ଆଳି, ରାଜକନିକା, ପଟ୍ଟାମୁଣ୍ଡାଇ, ମହାକାଳପଡ଼ା ଓ ରାଜନଗରରେ କୁମ୍ଭୀର ପ୍ରତି ସାବଧାନ ସାଇନ୍‌କାର୍ଡରେ ସଚେତନତା କାର୍ଯ୍ୟକ୍ରମ ସୀମିତ ରହୁଥିବା ସେ କ୍ଷୋଭ ପ୍ରକାଶ କରିଛନ୍ତି। ଅଧ୍ୟାପକ କ୍ଷୀତିଶ କୁମାର ସିଂହ କହିଛନ୍ତି, ସୀମିତ ଅଞ୍ଚଳରେ ବଉଳା କୁମ୍ଭୀରଙ୍କ ଅତ୍ୟଧିକ ବଂଶବୃଦ୍ଧି ଚିନ୍ତାର କାରଣ ନିଶ୍ଚିତ ହେବ। ଖାଦ୍ୟ, ପ୍ରଜନନ ପାଇଁ ପାର୍ଟନର, ବସା ସ୍ଥାପନ ସହିତ ଅନ୍ୟ ସମସ୍ୟା ରହିବ, ଯାହା କଳହର ସୂତ୍ରପାତ କରିବା ସହିତ ବଂଶବୃଦ୍ଧି ପାଇଁ ନିକଟସ୍ଥ ଅଞ୍ଚଳକୁ ବ୍ୟବହାର କରିବ। ଏଠାରେ ଅତ୍ୟଧିକ ବଂଶବୃଦ୍ଧିକୁ ରୋକିବା ପାଇଁ ୧୯୯୧ ମସିହାରେ କେନ୍ଦ୍ର ସରକାରଙ୍କ ବନ୍ୟ ଓ ପର୍ଯ୍ୟାବରଣ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। କୁମ୍ଭୀରର ଅତ୍ୟଧିକ ବଂଶବୃଦ୍ଧି ଯୋଗୁ ବର୍ଷା ଓ ବନ୍ୟା ସମୟରେ ବାହାର ଅଞ୍ଚଳକୁ ପଳାଇବା ସାଧାରଣ କଥା। ଫଳରେ ମଣିଷ ଓ କୁମ୍ଭୀର ଲଢ଼େଇ ଅଧିକ ହେଉଛି। ଏହାକୁ ରୋକିବା ସହ ଲୁଣା ଅଞ୍ଚଳରେ ମାଛବଂଶ ବୃଦ୍ଧି ପ୍ରତି ଧ୍ୟାନ ଦିଆଯିବା ଆବଶ୍ୟକ। ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ୧୯୭୫ ମସିହାରେ ଭିତରକନିକାରେ କୁମ୍ଭୀର ସଂରକ୍ଷଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତତ୍କାଳୀନ ସମୟରେ ଏହାର ସଂରକ୍ଷଣ ଜରୁରୀ ଥିଲା। ୧୯୯୧ରେ ମନ୍ତ୍ରଣାଳୟର ନିର୍ଦ୍ଦେଶ ପରେ ୧୯୯୫ ମସିହାରେ ସଂରକ୍ଷଣ କାର୍ଯ୍ୟକ୍ରମକୁ ବନ୍ଦ ରଖାଗଲା। ୧୯୭୫ରେ ମାତ୍ର ୯୪ଟି କୁମ୍ଭୀର ଥିବାବେଳେ ୨୦ ବର୍ଷରେ ଏହା ହଜାରକୁ ବୃଦ୍ଧି ପାଇସାରିଥିଲା। ଏହାସତ୍ତ୍ୱେ ଏବେ ମଧ୍ୟ କୁମ୍ଭୀର ଅଣ୍ଡା ସଂଗ୍ରହ ଓ ହାଚେରିରେ ସଂରକ୍ଷଣ କରାଯାଉଛି। ସୀମିତ ଅଞ୍ଚଳରେ କୁମ୍ଭୀରଙ୍କ ଅତ୍ୟଧିକ ବଂଶବୃଦ୍ଧି ସ୍ଥାନୀୟ ଅଞ୍ଚବାସୀଙ୍କ ପାଇଁ ଘାତକ ହେବ। ଏ ସମ୍ପର୍କରେ କନିକା ରେଞ୍ଜର ମାନସ ଦାସଙ୍କୁ ପଚାରିବାରେ ଭିତରକନିକାରେ କୁମ୍ଭୀର ସଂରକ୍ଷଣ କାର୍ଯ୍ୟକ୍ରମ ଜାରି ରହିଛି। ବିଭାଗୀୟ ନିର୍ଦ୍ଦେଶକୁ ସର୍ବଦା କାର୍ଯ୍ୟକାରୀ କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?