ଶୌଚ ବେଳେ ଟାଣି ନେଲା କୁମ୍ଭୀର

କେନ୍ଦ୍ରାପଡ଼ା,୨୯ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଇନ୍ଦୁପୁର ଅନ୍ତର୍ଗତ ଘାଘରା ପଞ୍ଚାୟତ ଘାଗରାଡିଆ ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଗୁରୁବାର କୁମ୍ଭୀର ଟାଣି ନେଇଛି। ବ୍ରାହ୍ମଣୀ ନଦୀକୁ ଶୌଚ ପାଇଁ ଯାଇଥିବା ବେଳେ ଛକି ରହିଥିବା ଏକ କୁମ୍ଭୀର ତାଙ୍କୁ ପାଣି ଭିତରକୁ ଟାଣି ନେଇଥିଲା। ବ୍ୟକ୍ତି ଜଣକ ହେଲେ ଘାଗରାଡିଆ ଗ୍ରାମର ଗଙ୍ଗାଧର ତରାଇ(୫୬) ବୋଲି ଜଣାପଡିଛି।
ହେଲେ ତାଙ୍କର କୌଣସି ପତ୍ତା ମିଳିନାହିଁ । ତାଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀ ଏବଂ ଗ୍ରାମବାସୀ ଖୋଜାଖୋଜି ଜାରି ରଖିଛନ୍ତି ।

ସୂଚନା ଯୋଗ୍ୟ, ଚଳିତ ମାସରେ କେନ୍ଦ୍ରାପଡ଼ା ଜିଲାରେ କୁମ୍ଭୀର ମୁହଁରେ ଜୀବନ ଯିବା ଏହା ତୃତୀୟ ଘଟଣା l ଗତ ପହିଲି ରଜରେ ପଟ୍ଟାମୁଣ୍ଡାଇ ନିମପୂରୁ ଗ୍ରାମର ଆଶୁତୋଷ ଆଚାର୍ଯ୍ୟ ନାମକ ୧୦ ବର୍ଷର ନାବାଳକକୁ କୁମ୍ଭୀର ଟାଣି ନେଇ ମାରି ଦେଇଥିବା ବେଳେ ଗତ ୨୧ ତାରିଖରେ ରାଜନଗର ହାତିଆଗଡି ଗାଁର ଜଣେ ୪୨ ବର୍ଷୀୟା ମହିଳା ସୀତା ରାଣୀ ଦାସଙ୍କୁ କୁମ୍ଭୀର ଟାଣି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri