ଗାଈକୁ ଟାଣିନେଲା କୁମ୍ଭୀର

ଆରଡି,୨୧।୬,(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନ ଆରଡି ଫାଣ୍ଡି ଅନ୍ତର୍ଗତ ସାଠିବାଙ୍କୁଡା ଗ୍ରାମର ସହଦେବ ପଲାଇଙ୍କ ଗାଈକୁ କୁମ୍ଭୀର ଟାଣିନେଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ବୈତରଣୀ ନଦୀ ପଠାରେ ଗାଈଟି ଚରୁଥିଲା। ସେତିକିବେଳେ ଏକ କୁମ୍ଭୀର ଗାଈକୁ ଝାମ୍ପି ନେଉଥିବା ବେଳେ ନଦୀର ଅପରପାଶର୍‌ବରେ ଥିବା ଯାଜପୁର ଜିଲା ବଳରାମପୁର ଗ୍ରାମର କିଛି ବ୍ୟକ୍ତି ଦେଖି ଡାକ ପକାଇଥିଲେ। ହେଲେ କେହି ଶୁଣି ନ ଥିଲେ। ଅପରପକ୍ଷେ ସନ୍ଧ୍ୟାରେ ଗାଈ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ମଙ୍ଗଳବାର ସକାଳେ ଗ୍ରାମ ନିକଟ ନଦୀ ପଠାରେ କ୍ଷତବିକ୍ଷତ ଅବସ୍ଥାରେ ଗାଈଟି ମରିପଡିଥିବାର ଗ୍ରାମର କିଛି ଯୁବକ ଦେଖିବାକୁ ପାଇଥିଲେ। ସହଦେବ ଘଟଣାସ୍ଥଳରେ ପହଞ୍ଚି ଗାଈକୁ ଚିହ୍ନଟ କରିଥିଲେ। ବୈତରଣୀ ନଦୀରେ ବାରମ୍ବାର କୁମ୍ଭୀର ମଣିଷ ସମେତ ଗୃହପାଳିତ ପଶୁଙ୍କୁ ଟାଣିନେଉଥିଲେ ମଧ୍ୟ ବନ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri